‘ସୁରଭି ଲୁକ୍କାୟିତ ପ୍ରତିଭାକୁ ପ୍ରସ୍ଫୁଟିତ କରେ

ପାଟଣା,୨୪ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ସୁରଭି ୨୦୨୫ କାର୍ଯ୍ୟକ୍ରମ ଶୁକ୍ରବାର ପାଟଣା ମୁଖ୍ୟାଳୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ କମଳାକାନ୍ତ ପତିଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ମୁଖ୍ୟ ବକ୍ତାଭାବେ ସାମାଜିକକର୍ମୀ ଅଜୟ କୁମାର ଦାଶ, ସମ୍ମାନିତ ଅତିଥିଭାବେ ପାଟଣା ବ୍ଲକ୍‌ ଅଧ୍ୟକ୍ଷା ବୀଣାପାଣି ନାୟକ, ବିଧାୟକଙ୍କ ବ୍ଲକ୍‌ ପ୍ରତିନିଧି କମଳାକାନ୍ତ ଦାଶ, ପୂର୍ବତନ ପାଟଣା ବ୍ଲକ୍‌ ଅଧ୍ୟକ୍ଷା ଇଂ. ବିଦ୍ୟାଧର ଦାଶ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଚ୍ଛିଦାନନ୍ଦ ସେଠୀ ପ୍ରମୁଖ ଯୋଗଦେଇ ସୁରଭି ଶିଶୁଙ୍କ ଲୁକ୍କାୟିତ ପ୍ରତିଭାକୁ ପ୍ରସ୍ଫୁଟିତ କରିବାରେ ସହାୟ ହୁଏ ବୋଲି କହିଥିଲେ। କୃତୀ ପ୍ରତିଭାଙ୍କୁ ଅତିଥି ସମ୍ବର୍ଦ୍ଧିତ କରିଥିଲେ। ପାଟଣା ବ୍ଲକ୍‌ର ବିଭିନ୍ନ ବିଦ୍ୟାଳୟର ୨୬୦ ଛାତ୍ରୀଛାତ୍ର ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସିଆରସିସି ଜ୍ୟୋର୍ତିମୟ ତ୍ରିପାଠୀ, ଶିକ୍ଷକନେତା ସନ୍ତୋଷ କୁମାର ନାଏକ, ପ୍ରମୋଦ ମହାନ୍ତ, ବୀର ମୋହନ ଦ୍ବିବେଦୀ, ବିଭୀଷଣ ଦଳ ଦସିଆ, କୃପାସିନ୍ଧୁ ସାହୁ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri