ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ସହ ସେମାନଙ୍କ ଦକ୍ଷତାର ବିକାଶ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ) ମହେଶ୍ୱର ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ୍ଯଯଯାପନୀ ସଭାରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ମୁଖ୍ୟ ଅତିଥି ଏବଂ ବିଡିଓ ପ୍ରୀତିରଞ୍ଜନ ରଥ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ।
ଏହାସହ ଦାରିଙ୍ଗବାଡ଼ି ସରପଞ୍ଚ ଦୀପକ ପ୍ରଧାନ, ରାପଡ଼ାବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଚାରୁଶିଳା ମଲ୍ଲିକ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୌଶିକ ନାୟକ ଓ ମୁକୁନ୍ଦ ବଳିୟାର ସିଂ ପ୍ରମୁଖ ମଞ୍ଚାସୀନ ଥିଲେ। ଅତିଥିମାନେ ନିଜ ବକ୍ତବ୍ୟରେ କହିଥିଲେ ଯେ, ‘ସୁରଭି’ ଭଳି କାର୍ଯ୍ୟକ୍ରମ ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭାକୁ ପ୍ରକାଶ କରିବା ସହ ସେମାନଙ୍କ ଦକ୍ଷତା ବୃଦ୍ଧିରେ ସହାୟକ ହୋଇଥାଏ। ଛାତ୍ରୀଛାତ୍ର ଦେଶର ଭବିଷ୍ୟତ ହୋଇଥିବାରୁ ସେମାନେ ମନଦେଇ ପାଠ ପଢ଼ିବା ସହ ଜଣେ ଭଲ ମଣିଷ ହେବାକୁ ଅତିଥିମାନେ ପରାମର୍ଶ ଦେଇଥିଲେ। ଏଥିସହ ପାଠପଢ଼ା ସହ ଖେଳକୁଦ, ନୃତ୍ୟ, ସଙ୍ଗୀତ ଓ ବିଭିନ୍ନ କଳା କ୍ଷେତ୍ରରେ ନିଜ ପ୍ରତିଭାକୁ ବିକଶିତ କରିବାକୁ ଉତ୍ସାହିତ କରିଥିଲେ।

କାର୍ଯ୍ୟକ୍ରମ ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ସୃଜନାତ୍ମକ ଲିଖନ, ଶ୍ରୁତଲିଖନ, ଚିତ୍ରାଙ୍କନ, ସଙ୍ଗୀତ, ବକ୍ତୃତା, ତର୍କ ଓ ଦଳଗତ ନୃତ୍ୟ ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ପ୍ରତିଯୋଗୀମାନେ ନିଜ ନିଜ ଦକ୍ଷତା ପ୍ରଦର୍ଶନ କରିଥିଲେ। ଦଳଗତ ନୃତ୍ୟ ପ୍ରତିଯୋଗିତାରୁ ଜିଲ୍ଲାସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ପାଇଁ ଯୋଗ୍ୟ ଦଳ ଚୟନ କରିବା ନିମନ୍ତେ ତିନିଜଣ ଜୁରୀ ସଦସ୍ୟ ଦାୟିତ୍ୱ ତୁଲାଇଥିଲେ। ସେମାନେ ହେଲେ ଶିଶୁ ମନ୍ଦିରର ଶିକ୍ଷୟିତ୍ରୀ ରଶ୍ମିତା ଶତପଥୀ, ଓଡ଼ିଶା ବ୍ରିଗେଡ ସ୍କୁଲର ଶିକ୍ଷୟିତ୍ରୀ ଇଭାରାଣୀ ବେହେରା ଏବଂ ଡ. ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପିକା ସସ୍ମିତା ସାମନ୍ତ। ବ୍ଲକସ୍ତରୀୟ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ। ବ୍ଲକସ୍ତରରେ ମନୋନୀତ କୃତୀ ପ୍ରତିଯୋଗୀମାନେ ଆଗାମୀ ଜିଲାସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଉଦ୍‌ଯାପନୀ ସଭାକୁ ବରିଷ୍ଠ ଶିକ୍ଷକ ସନ୍ୟାସୀ ପ୍ରଧାନ ପରିଚାଳନା କରିଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ବରିଷ୍ଠ ଶିକ୍ଷକ ନିରଞ୍ଜନ ସାହୁ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?