Posted inଖେଳ

ସୁରେନ୍ଦ୍ର ଭାବେ ଓଡ଼ିଶା କ୍ରିକେଟ ଟିମ୍ ର ନୂଆ କୋଚ୍ ନିଯୁକ୍ତ

କଟକ, ୧୭।୪: ଆଗାମୀ ଘରୋଇ ସିଜିନ୍ ପାଇଁ ମହାରାଷ୍ଟ୍ରର ପୂର୍ବତନ ଅଧିନାୟକ ତଥା ପ୍ରଶିକ୍ଷକ ସୁରେନ୍ଦ୍ର ଭାବେଙ୍କୁ ଓଡ଼ିଶା କ୍ରିକେଟ ଟିମର ମୁଖ୍ୟ ପ୍ରଶିକ୍ଷକ ଭାବେ ନିଯୁକ୍ତ କରାଯାଇଛି। ବର୍ଷେ ମଧ୍ୟରେ ଓଡ଼ିଶା କ୍ରିକେଟ ଟିମର କୋଚ୍ ପରିବର୍ତ୍ତନ କରାଯାଇଛି। ଦୀନେଶ ମୋଙ୍ଗିଆଙ୍କ ସ୍ଥାନ ନେବେ ସୁରେନ୍ଦ୍ର ଭାବେ। ଚଳିତ ବର୍ଷ ରଣଜୀରେ ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ ଥିଲା।

ତେବେ ଓଡ଼ିଶା କ୍ରିକେଟ ଆସୋସିଏଶନର କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଆଗାମୀ ୨୦୨୪-୨୫ ଘରୋଇ ସିଜନ ପାଇଁ ଓଡ଼ିଶା କ୍ରିକେଟ ଦଳର ସପୋର୍ଟ ଷ୍ଟାଫ୍‌ ନିଯୁକ୍ତ କରାଯାଇଛି। ଏହି କ୍ରମରେ ସୁରେନ୍ଦ୍ର ଭାବେଙ୍କୁ ଓଡ଼ିଶା ସିନିୟର ପୁରୁଷ କ୍ରିକେଟ ଦଳର କୋଚ୍‌ ନିଯୁକ୍ତ କରାଯାଇଛି।

ଦୀନେଶ ମୋଙ୍ଗିଆଙ୍କ ପ୍ରଶିକ୍ଷଣରେ ଓଡ଼ିଶା ଦଳ ଗତ ସିଜନରେ ଖରାପ ପ୍ରଦର୍ଶନ କରିଥିବାରୁ ତାଙ୍କ ସ୍ଥାନରେ ୫୮ ବର୍ଷୀୟ ସୁରେନ୍ଦ୍ରଙ୍କୁ ନିଯୁକ୍ତି ମିଳିଛି। ପୁଣେର ସୁରେନ୍ଦ୍ର ୧୯୮୬ରୁ ୨୦୦୧ ପର୍ଯ୍ୟନ୍ତ ମହାରାଷ୍ଟ୍ର ପକ୍ଷରୁ ୯୭ଟି ପ୍ରଥମ ଶ୍ରେଣୀ କ୍ରିକେଟ ମ୍ୟାଚ ଖେଳି ୭୯୭୧ ରନ କରିଛନ୍ତି। ଏହା ମଧ୍ୟରେ ୨୮ ଶତକ ଓ ୨୭ ଅର୍ଦ୍ଧଶତକ ସାମିଲ। ସେହିପରି ସେ ୫୧ଟି ଲିଷ୍ଟ-ଏ ମ୍ୟାଚ ଖେଳିବାର ଅଭିଜ୍ଞତା ରଖିଛନ୍ତି। ୨୦୦୫ରେ ସେ ମହାରାଷ୍ଟ୍ର ରଣଜୀ ଚୟନ କମିଟିର ଏବଂ ୨୦୦୮ରେ ଜାତୀୟ ଚୟନ କମିଟି ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri