Posted inଫୁରସତ

ସ୍ବାଧୀନତାର ବହ୍ନି ପ୍ରଜ୍ୱଳିତ କରିଥିଲେ ସୁରେନ୍ଦ୍ର ସାଏ

ସ୍ବାଧୀନତା ସଂଗ୍ରାମରେ ବୀର ସୁରେନ୍ଦ୍ର ସାଏ ଜଣେ ଅଗ୍ରଣୀ ବ୍ୟକ୍ତିତ୍ୱ ଥିଲେ। ତାଙ୍କ ମୋଟ ଜୀବନକାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷ ସେ କାରାଗାରରେ ବିତାଇଥିଲେ।
୧୮୫୭ ସିପାହି ବିଦ୍ରୋହର ୩୦ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ସେ ଆନ୍ଦୋଳନ ଆରମ୍ଭ କରିଥିଲେ।
ଜାନୁଆରୀ ୧୮୦୯ ମସିହାରେ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ ରାଜବଂଶର ଧରମ ସିଂହ ଓ ରେବତୀ ଦେବୀଙ୍କ ଔରସରୁ ସୁରେନ୍ଦ୍ର ସାଏ ଜନ୍ମଗ୍ରହଣ କରିଥିଲେ। ତାଙ୍କର ୬ ଭାଇ ଓ ଜଣେ ଭଉଣୀ ଥିଲେ।
ପିତା ଧରମ ସିଂହଙ୍କ ମୃତ୍ୟୁ ପରେ କାକା ବଳରାମ ସିଂହଙ୍କ ତତ୍ତ୍ୱାବଧାନରେ ଘୋଡ଼ାଚଢ଼ା, ଖଣ୍ଡା ଓ ତୀରଚାଳନା ସମେତ ଅନ୍ୟାନ୍ୟ ପ୍ରଶିକ୍ଷଣ ନେଇଥିଲେ। ସୁରେନ୍ଦ୍ର ସାଏ ଗାଙ୍ଗପୁର ରାଜ୍ୟର ହାତିବାରୀ ଜମିଦାରଙ୍କ କନ୍ୟା ସୁବର୍ଣ୍ଣ କୁମାରୀଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁତ୍ର ମିତ୍ରଭାନୁ ସାଏ ଓ ଜଣେ କନ୍ୟା ଥିଲେ ।
xସ ୧୮୨୭-୧୮୬୪ ଜାନୁଆରୀ ୨୩ ପର୍ଯ୍ୟନ୍ତ ସ୍ବାଧୀନତାର ବହ୍ନିକୁ ପ୍ରଜ୍ୱଳତି କରି ରଖିଥିଲେ। ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୋଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ ।
ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୋଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ ଏବଂ ବୀରତ୍ୱପୂର୍ଣ୍ଣ ଥିଲା। ତାଙ୍କର ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ ଶାସକ ଓ ସୈନ୍ୟବାହିନୀକୁ ଚକିତ କରିଥିଲା।
କଡ଼ା ଜବାବ ଦେବା ପାଇଁ ୭ ଅକ୍ଟୋବର ୧୮୫୭ରେ ୧୨ଶହ ଲୋକଙ୍କ ସହ ସମ୍ବଲପୁର ସହରରେ ପ୍ରବେଶ କରିଥିଲେ । ବିଶ୍ୱାସଘାତକତାର ଶିକାର ହୋଇଥିବା ସୁରେନ୍ଦ୍ର ତାଙ୍କ ଜନ୍ମଦିନ ୨୩ ଜାନୁଆରୀ ୧୮୬୪ରେ ଦୁଇଜଣ ସ୍ଥାନୀୟ ଲୋକ ଦୟାନିଧି ମେହର ଓ ମୋହନ ସିଂହଙ୍କ ଯୋଗୁ ଗିରଫ ହୋଇଥିଲେ। ଗିରଫ ସୁରେନ୍ଦ୍ର ସାଏଙ୍କୁ ମଧ୍ୟପ୍ରଦେଶର ବୁରହାନପୁର ଜିଲା ଅସୀରଗଡ଼ ଦୁର୍ଗରେ ବନ୍ଦୀ କରାଯାଇଥିଲା ।
ଜୀବନର ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ବନ୍ଦୀ ଜୀବନ ବିତାଇଥିଲେ ସୁରେନ୍ଦ୍ର ସାଏ। ୧୮୮୪ ଫେବୃଆରୀ ୨୮ ତାରିଖରେ ଅସୀରଗଡ଼ ଦୁର୍ଗରେ ସୁରେନ୍ଦ୍ର ସାଏ ଦେହତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri