Posted inଫୁରସତ

ସ୍ବାଧୀନତାର ବହ୍ନି ପ୍ରଜ୍ୱଳିତ କରିଥିଲେ ସୁରେନ୍ଦ୍ର ସାଏ

ସ୍ବାଧୀନତା ସଂଗ୍ରାମରେ ବୀର ସୁରେନ୍ଦ୍ର ସାଏ ଜଣେ ଅଗ୍ରଣୀ ବ୍ୟକ୍ତିତ୍ୱ ଥିଲେ। ତାଙ୍କ ମୋଟ ଜୀବନକାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷ ସେ କାରାଗାରରେ ବିତାଇଥିଲେ।
୧୮୫୭ ସିପାହି ବିଦ୍ରୋହର ୩୦ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ସେ ଆନ୍ଦୋଳନ ଆରମ୍ଭ କରିଥିଲେ।
ଜାନୁଆରୀ ୧୮୦୯ ମସିହାରେ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ ରାଜବଂଶର ଧରମ ସିଂହ ଓ ରେବତୀ ଦେବୀଙ୍କ ଔରସରୁ ସୁରେନ୍ଦ୍ର ସାଏ ଜନ୍ମଗ୍ରହଣ କରିଥିଲେ। ତାଙ୍କର ୬ ଭାଇ ଓ ଜଣେ ଭଉଣୀ ଥିଲେ।
ପିତା ଧରମ ସିଂହଙ୍କ ମୃତ୍ୟୁ ପରେ କାକା ବଳରାମ ସିଂହଙ୍କ ତତ୍ତ୍ୱାବଧାନରେ ଘୋଡ଼ାଚଢ଼ା, ଖଣ୍ଡା ଓ ତୀରଚାଳନା ସମେତ ଅନ୍ୟାନ୍ୟ ପ୍ରଶିକ୍ଷଣ ନେଇଥିଲେ। ସୁରେନ୍ଦ୍ର ସାଏ ଗାଙ୍ଗପୁର ରାଜ୍ୟର ହାତିବାରୀ ଜମିଦାରଙ୍କ କନ୍ୟା ସୁବର୍ଣ୍ଣ କୁମାରୀଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁତ୍ର ମିତ୍ରଭାନୁ ସାଏ ଓ ଜଣେ କନ୍ୟା ଥିଲେ ।
xସ ୧୮୨୭-୧୮୬୪ ଜାନୁଆରୀ ୨୩ ପର୍ଯ୍ୟନ୍ତ ସ୍ବାଧୀନତାର ବହ୍ନିକୁ ପ୍ରଜ୍ୱଳତି କରି ରଖିଥିଲେ। ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୋଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ ।
ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୋଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ ଏବଂ ବୀରତ୍ୱପୂର୍ଣ୍ଣ ଥିଲା। ତାଙ୍କର ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ ଶାସକ ଓ ସୈନ୍ୟବାହିନୀକୁ ଚକିତ କରିଥିଲା।
କଡ଼ା ଜବାବ ଦେବା ପାଇଁ ୭ ଅକ୍ଟୋବର ୧୮୫୭ରେ ୧୨ଶହ ଲୋକଙ୍କ ସହ ସମ୍ବଲପୁର ସହରରେ ପ୍ରବେଶ କରିଥିଲେ । ବିଶ୍ୱାସଘାତକତାର ଶିକାର ହୋଇଥିବା ସୁରେନ୍ଦ୍ର ତାଙ୍କ ଜନ୍ମଦିନ ୨୩ ଜାନୁଆରୀ ୧୮୬୪ରେ ଦୁଇଜଣ ସ୍ଥାନୀୟ ଲୋକ ଦୟାନିଧି ମେହର ଓ ମୋହନ ସିଂହଙ୍କ ଯୋଗୁ ଗିରଫ ହୋଇଥିଲେ। ଗିରଫ ସୁରେନ୍ଦ୍ର ସାଏଙ୍କୁ ମଧ୍ୟପ୍ରଦେଶର ବୁରହାନପୁର ଜିଲା ଅସୀରଗଡ଼ ଦୁର୍ଗରେ ବନ୍ଦୀ କରାଯାଇଥିଲା ।
ଜୀବନର ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ବନ୍ଦୀ ଜୀବନ ବିତାଇଥିଲେ ସୁରେନ୍ଦ୍ର ସାଏ। ୧୮୮୪ ଫେବୃଆରୀ ୨୮ ତାରିଖରେ ଅସୀରଗଡ଼ ଦୁର୍ଗରେ ସୁରେନ୍ଦ୍ର ସାଏ ଦେହତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri