ପ୍ରେମଜାଲରେ ଫସାଇ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର, ଜେଲ ହାଜତକୁ ଗଲେ ସୁରେଶ

ଦେବଗଡ,୧୮ା୧୧(ଶଶାଙ୍କ ଶେଖର ଝାଙ୍କର): ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ବାରକୋଟ ଥାନା ପୋଲିସ କେନ୍ଦୁଝର ଜିଲା ତେଲକୋଇ ଥାନା ବେରିଡା ଗ୍ରାମର ଜଣେ ଯୁବକକୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ସୁରେଶ ପରିଡା (୧୯) ।

ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କେନ୍ଦୁଝର ଜିଲା ତେଲକୋଇ ଥାନା ବେରିଡା ଗ୍ରାମର ସୁରେଶ ଦେବଗଡ ଜିଲା ବାରକୋଟ ଥାନା ଅଞ୍ଚଳର ଜଣେ ୧୫ ବର୍ଷର ନାବାଳିକାକୁ ବିବାହର ପ୍ରଲୋଭନ ଦେଖାଇବା ସହ ପ୍ରେମଜାଲରେ ଫସାଇ ଅପହରଣ କରି ନେଇଥିଲେ। ଏନେଇ ଅପହୃତା ନାବାଳିକାଙ୍କ ବାପା ବାରକୋଟ ଥାନାରେ ଲିଖିତ ଅଭିଯୋଗ କରିବାରୁ ଅଭିଯୋଗ ଅଧାରରେ ବାରକୋଟ ଥାନା ପୋଲିସ ଗତ ଅକ୍ଟୋବର ମାସ ୧୦ ତାରିଖରେ ସୁରେଶ ବିରୁଦ୍ଧରେ ଏକ ଅପହରଣ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଲାଇଥିଲା। ସେହିପରି ଅପହୃତା ନାବାଳିକାଙ୍କୁ ତେଲକୋଇ ଅଞ୍ଚଳରୁ ଉଦ୍ଧାର କରିବା ସହ ଅଭିଯୁକ୍ତ ସୁରେଶକୁ ଗିରଫ କରିଥିଲା। ତଦନ୍ତ ବେଳେ ନାବାଳିକା ଜଣଙ୍କ ବଳାତ୍କାର ଶିକାର ହୋଇଥିବା ଜଣାପଡ଼ିବା ପରେ ପୋଲିସ ଅପହରଣ ଏବଂ ବଳାତ୍କାର ସମେତ ପୋକ୍ସୋ ଭଳି ବିଭିନ୍ନ ଦଫାରେ ସୁରେଶକୁ ଗିରଫ କରି ମଙ୍ଗଳବାର ସାରେ କୋର୍ଟଚାଲାଣ କରାଯାଇଥିଲା। ମାତ୍ର ଅଦାଲତରେ ଜାମିନ ନାମଞ୍ଜୁର ହେବାରୁ ତାକୁ ଜେଲ ହାଜତକୁ ପଠାଇ ଦିଆଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri