Posted inରାଜ୍ୟ

ଜଟଣୀରୁ ପୁଣି ଲଢ଼ିପାରନ୍ତି ସୁରେଶ

ଖୋର୍ଦ୍ଧା,୨୮ା୧୦(ପ୍ରଭାତ ପାଣିଗ୍ରାହୀ): ଆଗାମୀ ନିର୍ବାଚନରେ ବିଧାୟକ ସୁରେଶ କୁମାର ରାଉତରାୟ ପୁଣି ଜଟଣୀ ନିର୍ବାଚନ ମଣ୍ଡଳୀରୁ ଲଢ଼ିବା ନେଇ ଆସ୍ଥା ପ୍ରକଟ କରିଛି ପ୍ରଦେଶ କଂଗ୍ରେସ। ଶୁକ୍ରବାର ଖୋର୍ଦ୍ଧା ଜିଲା କଂଗ୍ରେସ ପକ୍ଷରୁ ଆୟୋଜିତ ପରିବର୍ତ୍ତନ ସମାବେଶରେ କର୍ମୀଙ୍କୁ ସମ୍ବୋଧିତ କରି ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଏହା କହିଛନ୍ତି। ତେବେ ୪ବର୍ଷ ତଳୁ ନିର୍ବାଚନ ଲଢ଼ିବେନି ବୋଲି ସୁରେଶ ସ୍ପଷ୍ଟ କରିଥିଲେ ମଧ୍ୟ ଏବେ ପିସିସି ସଭାପତିଙ୍କ ଏହି ମନ୍ତବ୍ୟ ପରେ ଜଟଣୀ ରାଜନୀତି ପୁଣି ଚଳଚଞ୍ଚଳ ହୋଇଉଠିଛି। ଶରତ କହିଥିଲେ, ପ୍ରଦେଶ କଂଗ୍ରେସର ଜଣେ ଟାଣୁଆ ଓ ଆଗଧାଡ଼ିର ନେତା ସୁରେଶ ପୁଣି ଜଟଣୀ ଆସନରୁ ଲଢନ୍ତୁ ବୋଲି ପ୍ରଦେଶ କଂଗ୍ରେସ ଚାହେଁ। ଶରତଙ୍କ ଏହି କଥାରେ ଏକାଧିକ କର୍ମୀ ମଧ୍ୟ ସ୍ବର ମିଳାଇଥିଲେ। ଅପରପକ୍ଷରେ କିଛିଦିନ ପୂର୍ବେ ସୁରେଶ ତାଙ୍କ ସାନପୁଅ ମନ୍ମଥ ଜଟଣୀ ଏବଂ ବଡପୁଅ ସିଦ୍ଧାର୍ଥ ନିମାପଡ଼ାରୁ ଲଢିବେ ବୋଲି ସୂଚନା ଦେଇଥିଲେ। ମନ୍ମଥ ବିଜେଡିରୁ ଲଢିବା ପାଇଁ ଆଶାୟୀ ଥିବା ଚର୍ଚ୍ଚା ହେଉଥିବା ବେଳେ ଏହାକୁ ଅସ୍ବୀକାର କରିଛନ୍ତି ସୁରେଶ। ସେହିପରି ପିସିସି ସଭାପତିଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖି ସୁରେଶ କହିଛନ୍ତି, ନିର୍ବାଚନ ଲଢିବି ନାହିଁ ବୋଲି ଆଗରୁ ଘୋଷଣା କରିସାରିଛି। ତଥାପି ଆଗକୁ ଏହା ଉପରେ ତର୍ଜମା କରିବି। ଜଟଣୀବାସୀ ଚାହିଁଲେ, ଏ ବିଷୟରେ ଚିନ୍ତା କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri