ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ଶପଥ ନେଲେ ସୁରେଶ ମହାପାତ୍ର

ଭୁବନେଶ୍ୱର,୧ା୩(ବ୍ୟୁରୋ): ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗଙ୍କ ଅଧ୍ୟକ୍ଷ ଭାବେ ସୁରେଶ ଚନ୍ଦ୍ର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ  ବୁଧବାର ରାଜଭବନରେ ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମହାପାତ୍ରଙ୍କୁ ଗୋପନୀୟତାର ଶପଥପାଠ କରାଇଥିଲେ। ପ୍ରାରମ୍ଭରେ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ କିଶୋର ଧଳ ରାଜ୍ୟପାଳଙ୍କ ନିଯୁକ୍ତିପତ୍ର ପାଠ କରିଥିଲେ। ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ, ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୀବ ଚଢ଼ା ଓ ଆୟୋଗଙ୍କ ସଦସ୍ୟଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉତ୍ସବରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri