ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏହାକୁ ନିନ୍ଦନୀୟ କହିବା ସହ ବିଚାର ବିଭାଗୀୟ ତଦନ୍ତ ଦାବି କରଥିଲେ। ତେବେ ଏହି ଘଟଣାରେ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ନବୀନ ନ୍ୟାୟିକ ତଦନ୍ତ କଥା କହୁଛନ୍ତି, ତେବେ କନ୍ଧମାଳ ତଦନ୍ତ ରିପୋର୍ଟ କୁଆଡ଼େ ଗଲା। ନବୀନ ବାବୁଙ୍କ ବେଳେ ୨୪ ନ୍ୟାୟିକ ତଦନ୍ତ ହେଲା, ତାହାର ରିପୋର୍ଟ କାହିଁ’ ବୋଲି କହିଛନ୍ତି ମନ୍ତ୍ରୀ। ୨୪ ବର୍ଷର ସରକାର ଚାହିଁଥିଲେ ହିଂସାମୁକ୍ତ ଓଡ଼ିଶା ଗଠନ ହୋଇପାରିଥାନ୍ତା। ନବୀନ ଆଦର୍ଶ ଥାନା କରୁଥିଲେ, ଆମ ସରକାର ଆଦର୍ଶ ପୋଲିସ ପାଇଁ ଚେଷ୍ଟା କରିବ। -‘ନବୀନ ଯଦି ତାଙ୍କ ସମୟରେ ବୁଝୁଥାନ୍ତେ, ନାରୀ ନିର୍ଯାତନା ହୋଇନଥାନ୍ତା। ନିଜେ ରାଜଧର୍ମ ପାଳନ କଲେନି, ଏବେ ଶହେ ଦିନର ସରକାରକୁ ପାଠ ପଢ଼ାଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

 

ଅନ୍ୟପକ୍ଷେ, ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁବଂଶଙ୍କ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)।

ମେଜର ସିଂ ଏବଂ ବାନ୍ଧବୀଙ୍କ ଓଡିଶା ପୋଲିସ୍ ହେପାଜତରେ ନିର୍ଯାତନା ଦିଆଯାଇଥିବା ଅଭିଯୋଗକୁ ନେଇ ଆୟୋଗ ୩ ଦିନ ମଧ୍ୟରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ରିପୋର୍ଟ ଦେବାକୁ କହିଛନ୍ତି ଏବଂ ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।

ଏହାପୂର୍ବରୁ ବୁଧବାର ଡିଜିପି ଭରତପୁର ଥାନା ଆଇଆଇସି ସମେତ ପାଞ୍ଚ ଜଣ ପୋଲିସକୁ ନିଲମ୍ବନ କରିଥିଲେ ଏବଂ ଏହା ସହ ଉଭୟକଙ୍କୁ ଆକ୍ରମଣ କରିଥିବା ରୋଡ ରୋମିଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଏହି ମାମଲାରେ ଡିଜିପି ଆଇଆଇସି ଦିନକୃଷ୍ଣ ମିଶ୍ର, ଏସଆଇ ଵୈଶାଳିନୀ ପଣ୍ଡା, ଏଏସଆଇ ସାଲିମାମୟୀ ସାହୁ, ଏଏସଆଇ ସାଗାରିକା ରଥ ଏବଂ କନଷ୍ଟେବଳ ବଳରାମ ହାଣ୍ଡାଙ୍କୁ ନିଲମ୍ବନ କରାଯାଇଥିଲା।

ଏହା ସହ
ଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମ କ୍ୟାମେରା ସାମ୍ନାରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।

ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri