Posted inଖେଳ

ଆଇପିଏଲ୍‌ ପୂର୍ବରୁ ଚେନ୍ନାଇ ସୁପରକିଙ୍ଗ୍ସକୁ ଝଟକା: ଭାରତ ଫେରିଲେ ଟିମ୍‌ର ଏହି ପ୍ରମୁଖ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୯।୮: ଆଇପିଏଲ୍‌ ପୂର୍ବରୁ ଚେନ୍ନାଇ ସୁପରକିଙ୍ଗ୍ସକୁ ଆଉ ଏକ ଝଟକା ଲାଗିଛି। ଟିମ୍‌ର ପ୍ରମୁଖ ବ୍ୟାଟ୍ସମ୍ୟାନ୍‌ ସୁରେଶ ରାଇନା ଆଇପିଏଲ୍‌ରୁ ବାହାର ହୋଇଛନ୍ତି। ଦଳ ପାଇଁ ସବୁଠୁ ଅଧିକ ରନ୍‌ ଏବଂ ଆଇପିଏଲ୍‌ ଇତିହାସରେ ଦ୍ୱିତୀୟ ସର୍ବାଧିକ ରନ୍‌ କରିଥିବା ରାଇନା ବ୍ୟକ୍ତିଗତ କାରଣକୁ ନେଇ ଭାରତ ଫେରିଛନ୍ତି। ସିଏସ୍‌କେ ସିଇଓଙ୍କ ପକ୍ଷରୁ ଶନିବାର ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ରାଇନା ବ୍ୟକ୍ତିଗତ କାରଣରୁ ଭାରତ ଫେରୁଛନ୍ତି। ସେ ଶେଷ ଆଇପିଏଲ୍‌ରେ ଖେଳିବେ ନାହିଁ। ଚେନ୍ନାଇ ସୁପରକିଙ୍ଗ୍ସ ସୁରେଶ ଏବଂ ତାଙ୍କ ପରିବାରକୁ ଏହି ସମୟରେ ପୁରା ସମର୍ଥନ କରୁଛି ବୋଲି ସିଇଓ କହିଛନ୍ତି।

ପ୍ରକାଶ ଯେ, ୩୩ ବର୍ଷୀୟ ରାଇନା ଅନ୍ତର୍ଜାତୀୟ କ୍ରିକେଟରୁ ଅଗଷ୍ଟ ୧୫ରେ ସନ୍ୟାସ ନେଇଥିବା ବେଳେ ଚଳିତ ବର୍ଷ ଆଇପିଏଲ୍‌ରେ ଖେଳିବାକୁ ନେଇ ଉତ୍ସାହିତ ଥିଲେ। ଏପରିସ୍ଥଳେ ଆଇପିଏଲ୍‌ରୁ ତାଙ୍କୁ ବିଦାୟ ପ୍ରଶଂସକଙ୍କୁ ଧକ୍କା ଦେଇଛି। ଏବେ ରାଇନାଙ୍କ ସ୍ଥାନରେ ଯାହାକୁ ସୁଯୋଗ ମିଳିବ, ସେ ନିୟମ ମୁତାବକ କ୍ୱାରାଣ୍ଟାଇନ୍‌ରେ ରହିବ। ଏହାପରେ ସେ ଚୟନ ଯୋଗ୍ୟ ହେବେ। ତେବେ ଶୁକ୍ରବାର ସିଏସ୍‌କେ ଦଳର ଜଣେ ଦ୍ରୁତ ବୋଲରଙ୍କ ସମେତ ୧୩ଜଣ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସମସ୍ତଙ୍କୁ ଅଲଗା କରି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?