Posted inଖେଳ

ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ଏହି ନିବେଦନ କଲେ କ୍ରିକେଟର ସୁରେଶ ରାଇନା

ଜଳନ୍ଧର,୧।୯: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଏବଂ ପଞ୍ଜାବ ପୋଲିସ ନିକଟରେ ସହାୟତା ପାଇଁ ନିବେଦନ କରିଛନ୍ତି। ଅଗଷ୍ଟ ୧୯ରେ ପଠାନକୋଟ ଅନ୍ତର୍ଗତ ମାଧୋପୁର ଅଞ୍ଚଳର ଥାରିଆଲ ଗ୍ରାମରେ ଥିବା ସୁରେଶ ରାଇନାଙ୍କ ମାଉସୀଙ୍କ ଘର ଉପରେ ଅଜ୍ଞାତ ଆକ୍ରମଣକାରୀମାନେ ଆକ୍ରମଣ କରିଥିଲେ। ଏଥିରେ ସୁରେଶ ରାଇନାଙ୍କ ମଉସାଙ୍କର ମୃତ୍ୟୁ ହୋଇଥିବାବେଳେ ପରିବାରର ଅନ୍ୟ ସଦସ୍ୟ ଗୁରୁତର ଆହତ ହୋଇଥିଲେ। ରାଇନାଙ୍କ ମାଉସୀଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଛି ଏବଂ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏତେ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ହତ୍ୟାକାରୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇ ନାହିଁ। ତୁରନ୍ତ ଅଭିଯୁକ୍ତଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ପଞ୍ଜାବ ସରକାରଙ୍କୁ ରାଇନା ଦାବି କରିଛନ୍ତି। ଏହି ଘଟଣାକୁ ନେଇ ସୁରେଶ ରାଇନା ଦୁଇଟି ଟୁଇଟ କରିଛନ୍ତି। ପ୍ରଥମ ଟୁଇଟ୍‌ରେ ସେ କହିଛନ୍ତି, ପଞ୍ଜାବରେ ମୋ ପରିବାର ସହିତ ଯାହା ଘଟିଲା ତାହା ଭୟଙ୍କର ଥିଲା। ମୋ ମଉସାଙ୍କୁ ହତ୍ୟା କରାଯାଇଛି। ମାଉସୀ ଏବଂ ମୋର ଦୁଇ ସମ୍ପର୍କୀୟ ଗୁରୁତର ଆହତ ହୋଇଥିଲେ। ଦୁର୍ଭାଗ୍ୟବଶତ ଗତ ରାତିରେ ଜୀବନ ସହ ସଂଗ୍ରାମ କରୁଥିବାବେଳେ ମୋର ଜଣେ ସମ୍ପର୍କୀୟ ମଧ୍ୟ ମୃତ୍ୟୁବରଣ କରିଛନ୍ତି। ମୋର ମାଉସୀ ତଥାପି ଏବେ ବି ଭେଣ୍ଟିଲେଟରରେ ଅଛନ୍ତି। ଆଉ ଏକ ଟୁଇଟ୍‌ରେ ରାଇନା କହିଛନ୍ତି, ଆଜି ପର୍ଯ୍ୟନ୍ତ ଆମେ ଜାଣି ନାହୁଁ ସେହି ରାତିରେ କ’ଣ ଘଟିଥିଲା ଏବଂ କିଏ ଏହା କରିଛି। ମୁଁ ପଞ୍ଜାବ ପୋଲିସକୁ ଏହି ଘଟଣାର ଦୃଷ୍ଟି ଦେବାକୁ ଅନୁରୋଧ କରୁଛି। ସେମାନଙ୍କ ସହିତ ଏହି ଘୃଣ୍ୟ କାର୍ଯ୍ୟ କିଏ କରିଛି ତାହା ଜାଣିବା ପାଇଁ ଆମେ ହକଦାର। ସେହି ଅପରାଧୀଙ୍କୁ ଦଣ୍ଡ ଦିଅଯିବା ଉଚିତ ବୋଲି ରାଇନା କ୍ୟାପଟେନ ଅମରିନ୍ଦର ସିଂଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri