ସୁରେଶ ରାଇନାଙ୍କ ଭବିଷ୍ୟବାଣୀ

ଅହମ୍ମଦାବାଦ୍‌,୨୯।୫:ଆଇପିଏଲ ୨୦୨୨ର ଫାଇନାଲରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଲଢେଇ ହେବ। ଦୁଇ ଦଳ ମଧ୍ୟରେ ଏହି ଟାଇଟଲ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଗୁଜରାଟର ଦଳ ନିଜର ପ୍ରଥମ ସିଜିନରେ ଫାଇନାଲରେ ପ୍ରବେଶ କରିଛି। ସେପଟେ ରାଜସ୍ଥାନ ଦଳ ଦ୍ୱିତୀୟ ଥର ପାଇଁ ଆଇପିଏଲର ଫାଇନାଲରେ ପ୍ରବେଶ କରିଛି। ଏହାପୂର୍ବରୁ, ରାଜସ୍ଥାନ ରୟାଲ୍ସ ୨୦୦୮ରେ ଖେଳାଯାଇଥିବା ଆଇପିଏଲର ପ୍ରଥମ ସିଜନରେ ଟାଇଟଲ ଜିତିଥିଲା। ଦୁଇ ଦଳ ମଧ୍ୟରେ ଖେଳାଯିବାକୁ ଥିବା ଏହି ହାଇ ଭୋଲଟେଜ ମ୍ୟାଚରେ କେଉଁ ଦଳ ଟାଇଟଲ ବିଜୟୀ ହେବ ସେନେଇ ଚେନ୍ନାଇର ସୁପର କିଙ୍ଗ୍ସର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ସୁରେଶ ରାଇନା ଭବିଷ୍ୟବାଣୀ କରିଛନ୍ତି।
ସୁରେଶ ରାଇନା କହିଛନ୍ତି, ଗୁଜରାଟ ଟାଇଟାନ୍ସ ଫାଇନାଲ ମ୍ୟାଚରେ ପ୍ରାଧାନ୍ୟ ବିସ୍ତାର କରି ଏକ ଭଲ ସ୍ଥିତିରେ ରହିବ। କାରଣ ଟାଇଟାନ୍ସର ଦଳ ୪-୫ ଦିନ ପାଇଁ ବିଶ୍ରାମ ନେଇଛି। ଏହି ସିଜିନ୍‌ରେ ଗୁଜରାଟର କ୍ରମାଗତ ଭାବେ ଯେଉଁଭଳି ପ୍ରଦର୍ଶନ କରିଛନ୍ତି,ତାହା ଦେଖି ଲାଗୁଛି ଗୁଜରାଟ ଏଥର ଟାଇଟଲ୍‌ ବିଜୟୀ ହେବାର ସମ୍ଭାବନା ଅଧିକ। କିନ୍ତୁ ରାଜସ୍ଥାନକୁ ହାଲୁକା ଭାବେ ଗ୍ରହଣ କରାଯାଇପାରିବ ନାହିଁ। କାରଣ ରାଜସ୍ଥାନ ରୟାଲ୍ସର ଖେଳାଳିମାନେ ବହୁତ ଭଲ ପ୍ରଦର୍ଶନ କରୁଛନ୍ତି। ଯଦି ବଟଲର ଫାଇନାଲ୍‌ ବିସ୍ଫୋରକ ବ୍ୟାଟିଂ ଜାରି ରଖନ୍ତି ତେବେ ଏହା ଦଳ ପାଇଁ ଏକ ବଡ଼ ବୋନସ ହେବ।
କ୍ୱାଲିଫାୟର-୨ରେ ରୟାଲ୍ସ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ପରାସ୍ତ କରି ରାଜସ୍ଥାନ ରୟାଲ୍ସ ଫାଇନାଲରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri