Posted inଖେଳ

ଆସନ୍ତାବର୍ଷ ଆଇପିଏଲ୍‌ ଖେଳିବେ କି ସୁରେଶ ରାଇନା, କଲେ ବଡ ଖୁଲାସା

ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଥିବା ସୁରେଶ ରାଇନା ପୁଣିଥରେ ପଡ଼ିଆକୁ ଫେରିବାକୁ ଯାଉଛନ୍ତି। ଖୁବଶୀଘ୍ର ତାଙ୍କୁ କ୍ରିକେଟ ଖେଳୁଥିବା ଦେଖିବାକୁ ମିଳିବ। ରାଇନା ନିଜେ ଏହି ସୂଚନା ଦେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ପାରିବାରିକ କାରଣ ଦର୍ଶାଇ ରାଇନା ଆଇପିଏଲର ୧୩ତମ ସିଜିନ ଖେଳି ନ ଥିଲେ। ଏବଂ ସେ ୟୁଏଇରୁ ଭାରତ ଫେରିଥିଲେ। ଏହାକୁ ନେଇ ଅନେକ ପ୍ରଶ୍ନ ମଧ୍ୟ ଉଠିଥିଲା, କିନ୍ତୁ ସେ ଆସନ୍ତା ବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ବୋଲି କହିଛନ୍ତି। ଉତ୍ତରପ୍ରଦେଶର କାନପୁରରେ ହେବାକୁ ଥିବା ଅଭ୍ୟାସ ଶିବିରରେ ସେ ଯୋଗଦେବେ। ଏହା ସହିତ ସେ ୧୩ରୁ ୧୫ ଡିସେମ୍ବର ପର୍ଯ୍ୟନ୍ତ ଅଭ୍ୟାସ ମ୍ୟାଚ ଖେଳିବେ। ରାଇନା କହିଛନ୍ତି ଯେ ସେ ଚଳିତ ବର୍ଷ ସୟଦ ମୁସ୍ତାକ ଅଲ୍ଲୀ ଟି -୨୦ ଟ୍ରଫିରେ ଉତ୍ତରପ୍ରଦେଶ ଦଳକୁ ପ୍ରତିନିଧିତ୍ୱ କରିବେ। ଏହା ପରେ ଆସନ୍ତା ବର୍ଷ ଆୟୋଜିତ ହେବାକୁ ଥିବା ଆଇପିଏଲ ଉପରେ ତାଙ୍କର ସମ୍ପୂର୍ଣ୍ଣ ଧ୍ୟାନ ରହିବ। ସମ୍ପ୍ରତି ଭାରତର ପୂର୍ବତନ ଅଲରାଉଣ୍ଡର ରାଇନା ଜମ୍ମୁ-କଶ୍ମୀରରେ ନିଜର ୬ଟି କ୍ରିକେଟ ଏକାଡେମୀ ଖୋଲିବାରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ କାଶ୍ମୀରରେ ପିଲାମାନଙ୍କ ପରୀକ୍ଷା ମଧ୍ୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri