Posted inଖେଳ

ଆସନ୍ତାବର୍ଷ ଆଇପିଏଲ୍‌ ଖେଳିବେ କି ସୁରେଶ ରାଇନା, କଲେ ବଡ ଖୁଲାସା

ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଥିବା ସୁରେଶ ରାଇନା ପୁଣିଥରେ ପଡ଼ିଆକୁ ଫେରିବାକୁ ଯାଉଛନ୍ତି। ଖୁବଶୀଘ୍ର ତାଙ୍କୁ କ୍ରିକେଟ ଖେଳୁଥିବା ଦେଖିବାକୁ ମିଳିବ। ରାଇନା ନିଜେ ଏହି ସୂଚନା ଦେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ପାରିବାରିକ କାରଣ ଦର୍ଶାଇ ରାଇନା ଆଇପିଏଲର ୧୩ତମ ସିଜିନ ଖେଳି ନ ଥିଲେ। ଏବଂ ସେ ୟୁଏଇରୁ ଭାରତ ଫେରିଥିଲେ। ଏହାକୁ ନେଇ ଅନେକ ପ୍ରଶ୍ନ ମଧ୍ୟ ଉଠିଥିଲା, କିନ୍ତୁ ସେ ଆସନ୍ତା ବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ବୋଲି କହିଛନ୍ତି। ଉତ୍ତରପ୍ରଦେଶର କାନପୁରରେ ହେବାକୁ ଥିବା ଅଭ୍ୟାସ ଶିବିରରେ ସେ ଯୋଗଦେବେ। ଏହା ସହିତ ସେ ୧୩ରୁ ୧୫ ଡିସେମ୍ବର ପର୍ଯ୍ୟନ୍ତ ଅଭ୍ୟାସ ମ୍ୟାଚ ଖେଳିବେ। ରାଇନା କହିଛନ୍ତି ଯେ ସେ ଚଳିତ ବର୍ଷ ସୟଦ ମୁସ୍ତାକ ଅଲ୍ଲୀ ଟି -୨୦ ଟ୍ରଫିରେ ଉତ୍ତରପ୍ରଦେଶ ଦଳକୁ ପ୍ରତିନିଧିତ୍ୱ କରିବେ। ଏହା ପରେ ଆସନ୍ତା ବର୍ଷ ଆୟୋଜିତ ହେବାକୁ ଥିବା ଆଇପିଏଲ ଉପରେ ତାଙ୍କର ସମ୍ପୂର୍ଣ୍ଣ ଧ୍ୟାନ ରହିବ। ସମ୍ପ୍ରତି ଭାରତର ପୂର୍ବତନ ଅଲରାଉଣ୍ଡର ରାଇନା ଜମ୍ମୁ-କଶ୍ମୀରରେ ନିଜର ୬ଟି କ୍ରିକେଟ ଏକାଡେମୀ ଖୋଲିବାରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ କାଶ୍ମୀରରେ ପିଲାମାନଙ୍କ ପରୀକ୍ଷା ମଧ୍ୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri