Posted inଖେଳ

ବାଦ୍‌ ପଡ଼ିବେ ରାଇନା; ସିଏସ୍‌କେ ଟାର୍ଗେଟରେ ଡୁ’ପ୍ଲେସି, ଶାର୍ଦ୍ଦୁଳ, ଦୀପକ

ଦୁବାଇ,୧୭।୧୦: ଭେଟେରାନ ବ୍ୟାଟର ସୁରେଶ ରାଇନ ସମ୍ଭବତଃ ଆଗାମୀ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରୁ ବାଦ୍‌ ପଡ଼ିପାରନ୍ତି। ରୁତୁରାଜ ଗାଏକ୍ୱାଡ ଓ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ରିଟେନ ସିଏସ୍‌କେ ରିଟେନ କରିବ। ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ମଧ୍ୟ ରଖାଯାଇପାରେ। କିନ୍ତୁ ଏହା ୨୦୨୨ ଆଇପିଏଲର ରିଟେନଶନ ପଲିସି ଉପରେ ନିର୍ଭର କରେ। ଯଦି ଫ୍ରାଞ୍ଚାଇଜମାନଙ୍କୁ ୩ ଖେଳାଳି ରିଟେନ କରିବାକୁ ଦିଆଯାଏ, ତେବେ ଧୋନୀଙ୍କୁ ୩ୟ ଖେଳାଳି ଭାବେ ରଖାଯିବ। ଏହାବାଦ୍‌ ଅମ୍ବାତି ରାୟୁଡୁ, ଫାଫ ଡୁ’ପ୍ଲେସି, ଶାର୍ଦ୍ଦୁଳ ଠୁକର, ଦୀପକ ଚହର ଓ ୩୮ ବର୍ଷୀୟା ଡ୍ବେନ ବ୍ରାଭୋଙ୍କୁ ସିଏସ୍‌କେ ଅକଶନରେ ଟାର୍ଗେଟ କରିବ ବୋଲି ସିଏସ୍‌କେର ନିକଟସ୍ଥ ସୂତ୍ରରୁ କୁହାଯାଇଛି।

ଆଇପିଏଲରେ ଦୁଇଟି ନୂଆ ଫ୍ରାଞ୍ଚାଇଜ ସାମିଲ ହେଉଥିବାରୁ ୨୦୨୨ ସଂସ୍କରଣରେ ପ୍ରାୟତଃ ଖେଳାଳିଙ୍କୁ ଅକଶନର ସମ୍ମୁଖୀନ ହେବାକୁ ପଡ଼ିବ। ଏହି ପ୍ରକ୍ରିୟାରେ ରାଇନାଙ୍କ ପ୍ରତି ସିଏସ୍‌କେ ଇଛା ପ୍ରକଟ ନ କରିପାରେ। ଆଇପିଏଲରେ ଚେନ୍ନାଇ ପାଇଁ ସର୍ବାଧିକ ୪୬୮୭ ରନ୍‌ କରିଥିବା ରାଇନା ଚଳିତ ସିଜନରେ ସମ୍ପୂର୍ଣ୍ଣ ବିଫଳ ହୋଇଥିଲେ। ଏପରି କି ମିଷ୍ଟର ଆଇପିଏଲ ଭାବେ ଜଣାଶୁଣା ରାଇନାଙ୍କୁ ଚଳିତ ଆଇପିଏଲର ପ୍ଲେ-ଅପ୍‌ରେ ମଧ୍ୟ ଖେଳିବାକୁ ସୁଯୋଗ ଦିଆଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri