ପଠାନକୋଟରେ ସୁରେଶ ରାଇନାଙ୍କ ପରିବାର ଉପରେ ଆକ୍ରମଣ: ପିଉସା ମୃତ, ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ପିଉସୀ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କ ପିଉସୀଙ୍କ ପରିବାରକୁ ଅଜଣା ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଘଟଣାରେ ତାଙ୍କର ପିଉସାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ସଦସ୍ୟ ଗୁରୁତର ଅଛନ୍ତି।

ଅଗଷ୍ଟ ୧୯ ତାରିଖରେ ପଠାନକୋଟର ଧରିୟାଲ ଗ୍ରାମରେ ଏହି ଅଘଟଣ ଘଟିଛି। ପେସାରେ କଣ୍ଟ୍ରାକ୍ଟର ଥିବା ରାଇନାଙ୍କ ପିଉସା ଅଶୋକ କୁମାରଙ୍କ ପରିବାର ଛାତ ଉପରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ଆକ୍ରମଣକରି ଫେରାର ହୋଇଯାଇଥିଲେ। ଏଥିରେ ଅଶୋକଙ୍କ ମୃତ୍ୟୁ ଘଟିଥିଲା। ଅପରପକ୍ଷେ ପିଉସୀ ଆଶାଦେବୀ ଗୁରୁତର ଭାବେ ଆହତ ହୋଇଥିଲେ। ସେ ଏବେ ଡାକ୍ତରଖାନାରେ ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ସେହିଭଳି ତାଙ୍କ ପୁଅ କୌଶଳ କୁମାର(୩୨), ଅପିନ କୁମାର(୨୪), ଶାଶୁ ସତ୍ୟା ଦେବୀ(୮୦) ମଧ୍ୟ କ୍ଷତାକ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏ ସମ୍ପର୍କରେ ରାଇନାଙ୍କ ପକ୍ଷରୁ କୌଣସି ଆଧିକାରିକ ବୟାନ ଆସି ନ ଥିଲେ ହେଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହେଲେ ଆକ୍ରମଣକାରୀଙ୍କ ବିଷୟରେ ସୁରାକ ମିଳିପାରିନାହିଁ।

ପ୍ରକାଶ ଥାଉ କି, ଚଳିତ ଆଇପିଏଲ୍‌ ପାଇଁ ୟୁଏଇ ଗସ୍ତ କରିଥିବା ରାଇନା ଭାରତ ଫେରି ଆସିଛନ୍ତି। ଚେନ୍ନାଇ ସୁପରକିଙ୍ଗ୍ସର ସିଇଓ ଶନିବାର ଏନେଇ ଟୁଇଟ୍‌ କରି ସୂଚନା ଦେଇଥିଲେ। ଏହା ପଛରେ ବ୍ୟକ୍ତିଗତ କାରଣ ଥିବା କୁହାଯାଉଥିଲା। ଏବେ ଏହି ଘଟଣା ସାମ୍ନାକୁ ଆସିବା ପରେ ରାଇନା ଆଇପିଏଲ୍‌ ନ ଖେଳିବା ପଛରେ ଏହି କାରଣ ରହିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?