୧୧ରୁ ଓଟିଟିରେ ‘ସର୍‌ଫିରା’

ମୁମ୍ବାଇ: ଅଭିନେତା ଅକ୍ଷୟ କୁମାର ଓ ଅଭିନେତ୍ରୀ ରାଧିକା ମଦାନଙ୍କ ‘ସର୍‌ଫିରା’ ଗତ ଜୁଲାଇ ୧୨ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ତେବେ ଏହା ବକ୍ସ ଅଫିସ୍‌ରେ ଭଲ ବ୍ୟବସାୟ କରି ପାରି ନ ଥିଲା। ପ୍ରାୟ ୧୦୦ କୋଟି ଟଙ୍କାର ବଜେଟରେ ନିର୍ମିତ ଏହି ଚଳଚ୍ଚିତ୍ର ଘରୋଇ ବଜାରରେ ମାତ୍ର ୨୬.୩ କୋଟି ଏବଂ ବିଶ୍ବବ୍ୟାପୀ ୩୦.୦୨ କୋଟି ଟଙ୍କାର ବ୍ୟବସାୟ କରିଥିଲା। ବକ୍ସ ଅଫିସ୍‌ ବ୍ୟବସାୟରେ ଏହି ଚଳଚ୍ଚିତ୍ର ନିଜ ବଜେଟର ଅଧା ମଧ୍ୟ ସଂଗ୍ରହ କରିବାକୁ ସକ୍ଷମ ହୋଇପାରି ନ ଥିଲା, ତେବେ ନିଜର ଡିଜିଟାଲ୍‌ ଅଧିକାରକୁ ବିକ୍ରୟ କରିବାରୁ ‘ସର୍‌ଫିରା’କୁ ଫାଇଦା ମିଳିଛି। ଏହି ଫିଲ୍ମ ଆସନ୍ତା ୧୧ରୁ ଓଟିଟି ପ୍ଲାଟ୍‌ଫର୍ମ ‘ଡିସ୍‌ନି ପ୍ଲସ୍‌ ହଟ୍‌ଷ୍ଟାର୍‌’ରେ ଷ୍ଟ୍ରିମିଂ ହେବାକୁ ଯାଉଛି। ‘ଡିସ୍‌ନି ପ୍ଲସ୍‌ ହଟ୍‌ଷ୍ଟାର୍‌’ର ସବ୍‌ସ୍କ୍ରିପ୍‌ସନ୍‌ ପ୍ଲାନ୍‌ ସହ ଦର୍ଶକ ଏହି ଚଳଚ୍ଚିତ୍ରକୁ ଉପଭୋଗ କରିପାରିବେ। ଏନେଇ ଅକ୍ଷୟ ତାଙ୍କ ଏକ୍ସ’ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ସୁଧା କୋଙ୍ଗରାଙ୍କ ନିର୍ଦ୍ଦେଶିତ ଓ ସୂର୍ଯ୍ୟା, ଅରୁଣା ଭାଟିଆ, ଜ୍ୟୋତିିକା ଏବଂ ବିକ୍ରମ ମାଲହୋତ୍ରାଙ୍କ ପ୍ରଯୋଜିତ ଏହି ଫିଲ୍ମର ସ୍କ୍ରିପ୍ଟ ରାଇଟିଂ ଶାଲିନୀ ଉଷାଦେବୀ କରିଛନ୍ତି। ଏହି ଚଳଚ୍ଚିତ୍ରଟି ବୀର ଜଗନ୍ନାଥ ମହାଥ୍ରେ ନାମକ ଜଣେ ଯୁବକଙ୍କ ଚରିତ୍ରକୁ ନେଇ ଆଧାରିତ। ସେ ଏକ ସ୍ବଳ୍ପ ବଜେଟ ବିମାନ ସେବା ଆରମ୍ଭ କରିବା ପାଇଁ ସ୍ବପ୍ନ ଦେଖିଥିଲେ। ସମସ୍ତ ସାମାଜିକ ଏବଂ ବୈଷୟିକ ବାଧାବିଘ୍ନର ମୁକାବିଲା ସତ୍ତ୍ୱେ ସେ ଫିଲ୍ମରେ ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

କଂଗ୍ରେସରେ ବିଲୟ ହେବାକୁ ଯାଉଛି କି ଟିଏମସି? ଘଣ୍ଟା ଘଣ୍ଟା ବୈଠକ ପରେ କ’ଣ ନିଆଗଲା ନିଷ୍ପତ୍ତି ଜାଣନ୍ତୁ

କୋଲକାତା,୧୧।୬: ଦିଲ୍ଲୀରେ କଂଗ୍ରେସ ଦଳର ଏକ ପ୍ରମୁଖ ବୈଠକ ଶେଷ ହୋଇଛି; ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଏଥିରେ ଉପସ୍ଥିତ ଥିଲେ। ବୈଠକ ସମୟରେ…

କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ

କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ…

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri