Posted inଜାତୀୟ

ଏବେ ଆରମ୍ଭ ହେବ ସର୍ଜିକାଲ ଅପରେଶନ୍‌…

ଶ୍ରୀନଗର,୨୯।୧୧: ଜମ୍ମୁ-କଶ୍ମୀରରେ ଟାର୍ଗେଟ୍‌ କିଲିଂ ସହିତ ସମ୍ପୃକ୍ତ ଥିବା ସମସ୍ତ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି। ଏବେ ସର୍ଜିକାଲ ଅପରେଶନ୍‌ ପାଇଁ ଯୋଜନା କରାଯାଇଛି। ଆତଙ୍କବାଦର ମୁକାବିଲା ପାଇଁ ଜମ୍ମୁ-କଶ୍ମୀର ପୋଲିସ, ଗୁପ୍ତଚର ଏଜେନ୍ସି ଏବଂ ସେନାବାହିନୀ ମଧ୍ୟରେ ସମନ୍ବୟ ମାଧ୍ୟମରେ ଯୋଜନା ପ୍ରସ୍ତୁତ କରାଯାଇଛି ବୋଲି ସୁରକ୍ଷା ଏଜେନ୍ସି କହିଛି। ଗତ ମାସରେ ଜମ୍ମୁ-କଶ୍ମୀରରେ ନିରୀହ ସାଧାରଣ ନାଗରିକଙ୍କ ହତ୍ୟା ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇଥିଲା।

ଏହାଦ୍ୱାରା ଏହି ଅଞ୍ଚଳରେ ହିଂସା ଓ ଉତ୍ତେଜନା ବୃଦ୍ଧି ହେବାର ସମ୍ଭାବନା ଥିଲା। ନିରୀହ ଲୋକଙ୍କ ହତ୍ୟାକୁ ରୋକିବା ପାଇଁ ଆତଙ୍କବାଦ ବିରୋଧରେ କରାଯାଉଥିବା ଅପରେଶନର ମୁଖ୍ୟ ଲକ୍ଷ୍ୟଥିଲା। ସୂତ୍ରରୁ ପ୍ରକାଶ ଯେ ଗୁପ୍ତଚର ଇନପୁଟ ଅନୁଯାୟୀ ପାକିସ୍ତାନୀ ଆତଙ୍କବାଦୀମାନେ କାଶ୍ମୀରରେ କାର୍ଯ୍ୟ କରୁଥିବା ପ୍ରକ୍ସିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ଯେତେବେଳେ ବି ସୁରକ୍ଷା ବାହିନୀ ଆତଙ୍କବାଦ ବିରୋଧୀ କାର୍ଯ୍ୟ ଆରମ୍ଭ କରିବେ ସେତେବେଳେ ଅତି କମରେ ୧୦ ଜଣ ସାଧାରଣ ନାଗରିକଙ୍କୁ ହତ୍ୟା କରାଯିବ।

୨୦୧୮ରେ ବିଭିନ୍ନ ଆତଙ୍କବାଦୀ ବିରୋଧୀ କାର୍ଯ୍ୟରେ ୨୪ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ୪୯ ଜଣ ଆହତ ହୋଇଥିବା ସୁରକ୍ଷା ଏଜେନ୍ସି ପକ୍ଷରୁ କୁହାଯାଇଛି। ଗତ ତିନିବର୍ଷ ମଧ୍ୟରେ ସୁରକ୍ଷା ବାହିନୀ ସାଧାରଣ ନାଗରିକଙ୍କ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନେଇଥିଲେ ଏବଂ ଏହି ପ୍ରୟାସର ଫଳ ସ୍ବରୂପ କେବଳ ଦୁଇଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ସାମାନ୍ୟ ଆହତ ହୋଇଥିଲେ। ଜମ୍ମୁ-କଶ୍ମୀର ପୋଲିସ ମୁଖ୍ୟ ଦିଲବାଗ ସିଂ କହିଛନ୍ତି ଯେ ହାଇଦାରପୋରା ଏନକାଉଣ୍ଟର ଅନୁସନ୍ଧାନରୁ ଜଣାପଡିଛି ଯେ ଆତଙ୍କବାଦୀମାନେ ବିଭିନ୍ନ କାର୍ଯ୍ୟକଳାପ ପାଇଁ ଏକ ନେଟୱାର୍କ ଗଠନ କରିଛନ୍ତି।

୨୦୧୮ ରେ ୩୧୮ ଟି ଆତଙ୍କବାଦୀ ଘଟଣା ଘଟିଥିବାବେଳେ ୨୦୨୧ରେ କେବଳ ୧୨୧ଟି ଘଟଣା ଘଟିଛି। ସେହିଭଳି ୨୦୧୯ରେ ୨୦୨ ଟି ପଥର ଫିଙ୍ଗିବା ଘଟଣା ହୋଇଥିବାବେଳେ ୨୦୨୧ ରେ କେବଳ ୩୯ ଟି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?