Posted inଜାତୀୟ

‘ପଚାରିବାର ଅଛି ତ ପାକିସ୍ତାନକୁ ପଚାର’

ନୂଆଦିଲ୍ଲୀ,୧୪।୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ଦାବି ଉପରେ ରାଜନୀତି ଜୋର ଧରିଛି। କେସିଆର୍‌ଙ୍କ ଉପରେ ଭାଜପା ବର୍ଷିଛି। କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ କେସିଆରଙ୍କୁ ଟାର୍ଗେଟ କରି କହିଛନ୍ତି, ପଚାରିବାର ଅଛି ତ ପାକିସ୍ତାନକୁ ପଚାର। ସର୍ଜିକାଲ ଷ୍ଟ୍ରାଇକ ପରେ ପାକିସ୍ତାନର ଯନ୍ତ୍ରଣା ଶୁଣିବା ପାଇଁ ଆପଣ ଏବଂ ଆପଣଙ୍କ ସହକର୍ମୀଙ୍କ ଅପେକ୍ଷା କିଏ ଭଲ ହେବ?
ଏଥିସହିତ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ମଧ୍ୟ କେସିଆରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରାଗିକି ଅଛନ୍ତି ଏବଂ ଭୟଭୀତ ଅଛନ୍ତି। କଂଗ୍ରେସ ଏବଂ ଟିଆରଏସର ବିବୃତ୍ତି ପାକିସ୍ତାନ ଭଳି। ଯେତେବେଳେ ବି ନିର୍ବାଚନ ଆସେ, ସେମାନେ ନୂଆ ପରୀକ୍ଷଣ କରନ୍ତି। ହିଜାବ ହେଉ କିମ୍ବା ସର୍ଜିକାଲ ଷ୍ଟ୍ରାଇକ ହେଉ କାରଣ ସେମାନେ ବିକାଶରେ ଭାଜପା ସହିତ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ନାହିଁ। ସର୍ଜିକାଲ ଷ୍ଟ୍ରାଇକ ଉପରେ ପ୍ରଶ୍ନ କରିବା କେସିଆର୍‌ର ଚିନ୍ତାଧାରାକୁ ପ୍ରତିଫଳିତ କରେ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ,କେସିଆର ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ଉପସ୍ଥାପନ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଦାବିକୁ ସମର୍ଥନ କରିଛି। ସେ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ମାଗିବାରେ କିଛି ଭୁଲ ନାହିଁ। ମୁଁ ମଧ୍ୟ ପଚାରୁଛି। ଭାରତ ସରକାର ଏହାକୁ ଦେଖାଇବା ଉଚିତ୍‌। ଏହା ସେମାନଙ୍କର ଦାୟିତ୍ୱ ଅଟେ। ଲୋକଙ୍କ ମନରେ ଆଶଙ୍କା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri