Posted inଖେଳ

ଜୁନିୟର ଚୟନକର୍ତ୍ତା ହେବାକୁ ସୁରିନ୍ଦରଙ୍କ ଆବେଦନ

ନୂଆଦିଲ୍ଲୀ,୧୬।୫(ପି.ଟି.): ଭାରତୀୟ ଜୁନିୟର କ୍ରିକେଟ ଦଳର ଚୟନକର୍ତ୍ତା ହେବାକୁ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ସୁରିନ୍ଦର ଅମରନାଥ ଆବେଦନ କରିଛନ୍ତି। ୫ଟି ପଦ ପାଇଁ ଗତମାସ ଶେଷ ତାରିଖ ରହିଥିଲା। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏ ନେଇ ଖୁବ୍‌ଶୀଘ୍ର ଚୟନ ପ୍ରକ୍ରିୟା ଆରମ୍ଭ କରିବ।
ସୁରିନ୍ଦର କ୍ରିକେଟ କିମ୍ବଦନ୍ତୀ ଲାଲା ଅମରନାଥଙ୍କ ପୁଅ। ସେ ଭାରତ ପାଇଁ ୧୦ଟି ଟେଷ୍ଟ ଓ ୩ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ସେ ମଧ୍ୟ ୧୪୫ଟି ପ୍ରଥମଶ୍ରେଣୀ ମ୍ୟାଚ୍‌ ଖେଳିଛନ୍ତି ଓ ୮୦୦୦ରୁ ଊର୍ଦ୍ଧ୍ୱ ରନ ସଂଗ୍ରହ କରିଛନ୍ତି। ଆମ ଜାତୀୟ ଦଳ ଭଲ ପ୍ରଦର୍ଶନ କରୁଛି। ଦେଶରେ କ୍ରିକେଟ ବ୍ୟବସ୍ଥା ଓ ସଂସ୍କୃତି ଉଚ୍ଚକୋଟୀର ରହିଛି। ତେଣୁ ପ୍ରତିଭାସମ୍ପନ୍ନ କ୍ରିକେଟର ଦେଶରେ ସୃଷ୍ଟି ହେଉଛନ୍ତି ବୋଲି ୭୨ ବର୍ଷୀୟ ସୁରିନ୍ଦର କହିଛନ୍ତି। ଭଲ କ୍ରିକେଟ ଖେଳିବା ସହ କୋଚିଂରେ ମଧ୍ୟ ସୁରିନ୍ଦରଙ୍କ ଭଲ ଅଭିଜ୍ଞତା ରହିଛି। ସେ କୋଚ୍‌ ଭାବେ ମରୋକ୍କୋରେ କାର୍ଯ୍ୟ କରିଛନ୍ତି। ଗୋଆ କ୍ରିକେଟ ଆସୋସିଏଶନ ପାଇଁ ସେ ମୁଖ୍ୟ କନ୍‌ସଲଟାଣ୍ଟ ଭାବେ କାର୍ଯ୍ୟ କରିଛନ୍ତି। ୧୯୭୪ରେ ସେ ଅକଲାଣ୍ଡରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ପଦାର୍ପଣ କରିଥିଲେ। ଡେବ୍ୟୁରେ ସେ ଶତକ ହାସଲ କରିଥିଲେ। ଏହି ମ୍ୟାଚ୍‌ରେ ସେ ସୁନୀଲ ଗାଭାସ୍କରଙ୍କ ସହ ଇନିଂସ ଓପନ କରି ୨୦୪ ରନର ଭାଗୀଦାରି ସ୍ଥାପନ କରିଥିଲେ। ସ୍କୁଲ କ୍ରିକେଟରେ ସେ ମଧ୍ୟ ଚମତ୍କାର ପ୍ରଦର୍ଶନ କରିଥିଲେ। ଭାରତୀୟ ସ୍କୁଲ ଟେଷ୍ଟ ଟିମ୍‌ ତରଫରୁ ପ୍ରତିନିଧିତ୍ୱ କରି ସେ ଲଡର୍‌ସରେ ଶତକ ହାସଲ କରିଥିଲେ। ଶେଷ ଦୁଇଟି ବଲ୍‌ରେ ଭାରତ ବିଜୟ ପାଇଁ ୯ ରନ ଆବଶ୍ୟକ କରୁଥିବା ବେଳେ ସେ ଦୁଇଟି ଛକା ମାରି ଦଳକୁ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri