ପିଇଓଙ୍କୁ ତାଲା ପକାଇଲେ ସରପଞ୍ଚ

ବୈପାରିଗୁଡା,୧୩ା୬ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ପଞ୍ଚାୟତ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ସୋମବାର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଗୋକୁଳ ବିହାରୀ କାଡ୍ରାକାଙ୍କୁ ସରପଞ୍ଚ ତାଲା ପକାଇ ଦେଇଥିଲେ। ସେ ଅଫିସ୍‌ରେ ବସିଥିବା ବେଳେ ସରପଞ୍ଚ ସୂର୍ଯ୍ୟମଣି ନାୟକ ତାଙ୍କର କେତେକ ସମର୍ଥକଙ୍କ ସହ ସେଠାରେ ପହଞ୍ଚତ୍ ବାହାରପଟୁ ତାଲା ପକାଇ ଦେଇଥିଲେ। ଏହି ଖବର ପାଇବା ପରେ ବିଡିଓ ସେଠାରେ ପହଞ୍ଚତ୍ ସମ୍ପୃକ୍ତ ପିଇଓଙ୍କୁ ଉଦ୍ଧାର କରିଥିଲେ। ପିଇଓ ମନଇଛା କାର୍ଯ୍ୟ କରୁଥିବା, ଗ୍ରାମସଭା ନିଷ୍ପତିକୁ ଉପେକ୍ଷା କରି ନିଜ ଇଛାରେ କାର୍ଯ୍ୟ ଖସଡା ପ୍ରସ୍ତୁତ କରିବା ନେଇ ସରପଞ୍ଚ ଅଭିଯୋଗ କରିଛନ୍ତି। ତାଙ୍କୁ କୌଣସ ଅଫିସ୍‌ ରେକର୍ଡ ମାଗିଲେ ଦେଖାଉ ନାହାନ୍ତି, ବାର୍ଦ୍ଧକ୍ୟ ଭତ୍ତା ରେଜିଷ୍ଟ୍ରାର ମଧ୍ୟ ଦେଖାଉନାହାନ୍ତି, ତାଙ୍କ ଅନୁପସ୍ଥିତିରେ ଭତ୍ତା ଟଙ୍କା ବାଣ୍ଟିବା ଦାୟିତ୍ବ ସରପଞ୍ଚଙ୍କୁ ଦେବା ବଦଳରେ ଯୋଗାଣ ସହାୟକଙ୍କୁ ଦେଉଛନ୍ତି ବୋଲି ସରପଞ୍ଚ ଅଭିଯୋଗ କରିଛନ୍ତି। ଏ ନେଇ ପିଇଓ କାଡ୍ରକାଙ୍କୁ ପଚାରିବାରୁ ସେ ସରପଞ୍ଚଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ସରପଞ୍ଚ କୌଣସି ସରକାରୀ ଗାଇଡ୍‌ଲାଇନ ମାନୁ ନ ଥିବା ସେ କହିଛନ୍ତି। ସୋମବାରର ଘଟଣା ସେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ପିଇଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri