ଅନାସ୍ଥା ପ୍ରସ୍ତାବରେ ହାରିଗଲେ ସରପଞ୍ଚ

କେସିଙ୍ଗା,୨୮ା୧୧: କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅନ୍ତର୍ଗତ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବାଲସି ସରପଞ୍ଚଙ୍କ ବିଷୟରେ ଆଲୋଚନା ଓ ଅନାସ୍ଥା ପ୍ରସ୍ତାବ ଗୃହୀତ କରିବା ପାଇଁ ବାଲସି ପଞ୍ଚାୟତରେ ସ୍ବତନ୍ତ୍ର ସମିତି ବୈଠକ ଡକାଯାଇଥିଲା। ଏହି ବୈଠକରେ ସମଗ୍ର ବାଲସି ପଞ୍ଚାୟତର ୧୨ ଜଣ ଓ୍ବାର୍ଡ ସଭ୍ୟାସଭ୍ୟଙ୍କ ମଧ୍ୟରୁ ସରପଞ୍ଚଙ୍କ ବିରୋଧରେ ୧୧ଜଣ ଗୁପ୍ତ ଭୋଟ୍‌ ପ୍ରଦାନ କରିଛନ୍ତି। ଫଳରେ ଭାରତୀ ସୁନା ପରାଜୟ ହୋଇଥିବାରୁ ଅଞ୍ଚଳବାସୀଙ୍କ ମନରେ ଆନନ୍ଦ ଲହରି ଖେଳିଯାଇଛି। ମନରେଗା ଯୋଜନାରେ ବ୍ୟାପକ ଦୁର୍ନୀତି କରି ସାଢ଼େ ୩ ଲକ୍ଷ ଟଙ୍କା ଆତ୍ମସାତ୍‌ କରିଥିବାରୁ ସରପଞ୍ଚଙ୍କ ନାମରେ ଭିଜିଲାନ୍ସ କେସ୍‌ ମଧ୍ୟ ହୋଇଛି। ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ପଞ୍ଚାୟତରେ ବାଧା ସୃଷ୍ଟି କରିଥିବାରୁ ଜନସାଧାରଣ ଆଜି ଖୁସି ମନେ କରୁଛନ୍ତି।
କେସିଙ୍ଗା ପଞ୍ଚାୟତ ସମିତି ଅନ୍ତର୍ଗତ ବାଲସି ପଞ୍ଚାୟତ ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଓ ବିଚାର କରି ଅନାସ୍ଥା ପ୍ରସ୍ତାବ ଗୃହୀତ କରିବା ପାଇଁ ଗୁରୁବାର ପୂର୍ବାହ୍ନ ୧୧ଟାରେ ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହ ଠାରେ ପ୍ରାଧିକୃତ ଅଧିକାରୀ ବଳଦେବ ବେହେରା, ଓ.ପ୍ର.ସେ ତହସିଲଦାର, ନର୍ଲାଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ପାଞ୍ଚାୟତ ଆଇନ ୧୯୬୪ର ଧାରା ୨୪ ଓ ଧାରା ୨୪ର (୧) ଥିବା ବ୍ୟବସ୍ଥା ଅନୁଯାୟୀ ଅନୁଷ୍ଠିତ କରିବା ପାଇଁ ସ୍ଥିର କରାଯାଇଥିଲା। ଏ ସଂକ୍ରାନ୍ତରେ ପଞ୍ଚାୟତ ଅଫିସର ଲମ୍ବୁ ଶିଖାଙ୍କୁ ପଚାରିବାରୁ ୧୨ଜଣ ଓ୍ବାର୍ଡ ସଭ୍ୟାସଭ୍ୟଙ୍କ ମଧ୍ୟରୁ ୧୧ଜଣ ବାଲସି ସରପଞ୍ଚ ଭାରତୀ ସୁନାଙ୍କ ବିପକ୍ଷରେ ଭୋଟ୍‌ ପ୍ରଦାନ କରାଯାଇଛି। ବାଲସି ପଞ୍ଚାୟତରେ କାହାକୁ ଅସ୍ଥାୟୀ ସରପଞ୍ଚ ଭାବେ ଦାୟିତ୍ୱ ଦେବେ ତାହା ଆଜି ସନ୍ଧ୍ୟାରେ ଜିଲାପାଳ ଘୋଷଣା କରିବେ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?