ଅପିଲ ଶୁଣାଣି ପାଇଁ ଆଶ୍ଚର୍ଯ୍ୟକର ତାରିଖ: ସିଡିଓଙ୍କ ଚିଠିକୁ ନେଇ ବଢ଼ୁଛି ସନ୍ଦେହ

ହାଟଡିହୀ,୪।୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ)ଙ୍କ କାର୍ଯ୍ୟାଳୟକୁ ମିଳିଥିବା ଡିଏମ୍‌ଏଫ୍‌ ଅନୁଦାନ ସମ୍ପର୍କିତ ସୂଚନା ପାଇଁ ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ବ୍ୟକ୍ତି ସୂଚନା ଅଧିକାର ନିୟମ ଅନୁସାରେ ଆବେଦନ କରିଥିଲେ। କିନ୍ତୁ ଜନ ସୂଚନା ଅଧିକାରୀ କୌଣସି ସୂଚନା ପ୍ରଦାନ ନ କରି ଆବେଦନ ପତ୍ରଟିକୁ ଡିିଏମ୍‌ଏଫ୍‌ ଅଫିସକୁ ପ୍ରେରଣ କରିଥିଲେ। ଫଳରେ ୧୩ା୮ା୨୦୨୪ରେ ସିଡିଓଙ୍କ କାର୍ଯ୍ୟାଳୟରେ ଏକ ଅପିଲ ହୋଇଥିଲା। ଅପିଲ ଶୁଣାଣି ପାଇଁ ଅପିଲେଟ ଅଧିକାରୀ (ସିଡିଓ)ଙ୍କ ଚିଠି ନଂ.୪୭୪୩/୩୦ା୮ା୨୦୨୪ ଅନୁସାରେ ଦିନ ଧାର୍ଯ୍ୟ କରିଛନ୍ତି । ଉକ୍ତ ଚିଠିରେ ଅପିଲ ଶୁଣାଣି ପାଇଁ ଆଶ୍ଚର୍ଯ୍ୟ ଏବଂ ଅସମ୍ଭବ ତାରିଖ ଦର୍ଶାଯାଇଛି। ଗତ ୬ା୮ା୨୦୨୪ ରେ ଶୁଣାଣି ହେବ ବୋଲି ଉଲ୍ଲେଖ ରହିଛି । ଏପରି ଚିଠିକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଏହାକୁ ନେଇ ଆବେଦନକାରୀ ଲିଖିତ ଭାବେ ସିଡିଓଙ୍କୁ ଜଣାଇଛନ୍ତି l ଆବେଦନକାରୀ ଜଣକ କହିଛନ୍ତି ଯେ, ଜିଲାରେ ସିଡିଓ ଭଳି ଏକ ଗୁରୁତ୍ୱପୂର୍ଣ ପଦବୀରେ ରହି କିପରି ଏମିତି ଚିଠି କଲେ ତାହା ବୁଝାପଡୁନି। ଅପର ପକ୍ଷେ ଚିଠି ପଢି ସିଡିଓ ଦସ୍ତଖତ କରିଛନ୍ତି ନା ତାଙ୍କ ବଦଳରେ ଆଉ କିଏ ଦସ୍ତଖତ କରିଛନ୍ତି ତାହା ବଡ଼ ପ୍ରଶ୍ନ ସାଜିଛି। ଯଦି ଏହି ଚିଠିରେ ଥିବା ଦସ୍ତଖତ ସିଡିଓଙ୍କ ହୋଇଥାଏ ତେବେ ବୁଝିବାକୁ ପଡ଼ିବ ଯେ ସିଡିଓ ଆଖି ବୁଜି ଦସ୍ତଖତ କରୁଛନ୍ତି। ଯାହାକି ଅଧିକାରୀଙ୍କ ଦକ୍ଷତା ଏବଂ ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠିବା ସ୍ବାଭାବିକ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri