Posted inଜାତୀୟ

ଅଖିଳେଶଙ୍କ ସାମ୍ନାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଛିଡ଼ା କଲା ଭାଜପା

ନୂଆଦିଲ୍ଲୀ,୧।୨: ବିଧାନସଭା ନିର୍ବାଚନରେ ପଦାର୍ପଣ କରିବାକୁ ଯାଉଥିବା ଅଖିଳେଶ ଯାଦବଙ୍କ ଚିରପ୍ରତିଦ୍ୱନ୍ଦ୍ୱୀ ହେବାକୁ ଯାଉଛନ୍ତି କେନ୍ଦ୍ର ମନ୍ତ୍ରୀ ଏସ୍‌ପି ସିଂ ବଘେଲ। ଭାଜପା ପ୍ରାର୍ଥୀ କେନ୍ଦ୍ର ମନ୍ତ୍ରୀ ଏକଦା ସମାଜବାଦୀ ପାର୍ଟି ନେତାଙ୍କ ବାପା ମୁଲାୟମ ସିଂ ଯାଦବଙ୍କ ଘନିଷ୍ଠ ଥିଲେ।

ଆଗ୍ରାରୁ ଏମ୍‌ପି ଥିବା ବଘେଲଙ୍କୁ ଉତ୍ତରପ୍ରଦେଶ ପୂର୍ବାଞ୍ଚଳ କର୍ହାଲ ଆସନରୁ ଭାଜପା ପ୍ରାର୍ଥୀ କରିଛି। ସମାଜବାଦୀ ପାର୍ଟିର ଗଡ଼ ଭାବେ ଜଣାଶୁଣା ଏହି ଆସନରୁ ପ୍ରଥମ ଥର ପାଇଁ ଲଢ଼ିବାକୁ ଯାଉଛନ୍ତି ଅଖିଳେଶ।

ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, କର୍ହାଲରୁ ଯାହାକୁ ବି ଭାଜପା ପ୍ରାର୍ଥୀ କରିବ ତାଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିବ। ପୂର୍ବରୁ ଅଖିଳେଶଙ୍କ ସ୍ତ୍ରୀ ଡିମ୍ପଲ ଯାଦବଙ୍କ ସହ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ବଘେଲ। ହେଲେ ତାଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା। ସେ ଏବେ ଆଇନ ଏବଂ ନ୍ୟାୟ ରାଜ୍ୟ ମନ୍ତ୍ରୀ ଅଛନ୍ତି।

“ନିର୍ବାଚନରେ ଆଶ୍ଚର୍ଯ୍ୟଜନକ ଏଲିମେଣ୍ଟ ରହିବା ନତହାତି ଆବଶ୍ୟକ। ମୋର ସମସ୍ତ ଶକ୍ତି ସହ ମୁଁ ଲଢ଼େଇ କରିବି। ଏହା କାହାର ଗଡ଼ ନୁହେଁ। କାନ୍ନୁଜ, ଫିରୋଜାବାଦ ଓ ଏଟାଓ୍ବା ଭଳି ସମାଜବାଦୀ ଗଡ଼ର ଧ୍ୱଂସ ହେବା ମୁଁ ଦେଖିଛି” ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri