‘ମୋ ପାଇଁ ସରପ୍ରାଇଜ୍‌’: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଏମିତି କହିଲେ ସୁଜିତ କୁମାର

ଭୁବନେଶ୍ୱର,୩।୩: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ଏବଂ ସୁଜିତ କୁମାର ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି। ଏନେଇ ମଙ୍ଗଳବାର ଭାଜପା କେନ୍ଦ୍ରୀୟ କମିଟି ନାଁ ଘୋଷଣା କରିଛି।

ପ୍ରାର୍ଥୀ ଘୋଷଣା ପରେ ସୁଜିତ କୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ମୋ ପାଇଁ ସରପ୍ରାଇଜ, ମହାପ୍ରଭୁ ଜଗନ୍ନାଥଙ୍କୁ କୃତଜ୍ଞତା।ଓଡ଼ିଶାବାସୀଙ୍କ ଆଶୀର୍ବାଦ ରହିଛି। ଭାଜପା କର୍ମକର୍ତ୍ତାଙ୍କୁ ଧନ୍ୟବାଦ। ବିଗତ ୬ ବର୍ଷରେ କେବିକେ ଜିଲା ପାଇଁ ବହୁ କାମ କରିଛି। ଆଗକୁ ମଧ୍ୟ କେବିକେ ଜିଲାର ଭିତ୍ତିଭୂମି ପାଇଁ ଉଦ୍ୟମ ରହିବ।

ସେପଟେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କର ସଫଳତା ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦%…

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…

ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି…

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri