ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା ଭରସାରେ କଥାଟା ଶୁଣିଲାବେଳେ ଅଡୁଆ ଲାଗୁଛି। କିନ୍ତୁ ଘଟଣାଟି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ବାଡାବାଙ୍ଗା ପଞ୍ଚାୟତ ଅଞ୍ଚଳରେ।
ପ୍ରକାଶ ଯେ, ଗତ ବର୍ଷା ଦିନ ଆରମ୍ଭରେ ଜଣେ ମହିଳା ଗୁଞ୍ଜ ପ୍ରଧାନ ନିଜ ବାଡ଼ିରେ ଘାସ ଉପାଡୁଥିବା ସମୟରେ ସାପଟି ମହିଳାଙ୍କ ବାମ ହାତକୁ କାମୁଡି ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଏକ ଦେଶୀ ଚିକିତ୍ସିକ ନିକଟକୁ ପରିବାର ଲୋକ ନେଇଥିଲେ ଓ ସେ ଚେର ମୂଳି ଖାଇ ସୁସ୍ଥ ହୋଇଥିଲେ। କିଛି ଦିନ ବ୍ୟବଧାନରେ ସେ ତାଙ୍କ ଘରେ ଲୁଗା ସଫା କରି ଶୁଖାଉଥିବା ସମୟରେ ସାପଟି ପୁଣି ଦିତୀୟଥର କାମୁଡ଼ିଥିଲା। ପୁଣି ସେ ସେହି ଦେଶୀ ଚିକିତ୍ସିକ ନିକଟରେ ଚିକିତ୍ସିତ ହୋଇ ସୁସ୍ଥ ହୋଇଥିଲେ। ସେହିପରି ତୃତୀୟ ଥର ପୁଣି ଛେଳି ଗୁହାଳରେ କାର୍ଯ୍ୟ କରୁଥିବା ଦୁଇ ଦୁଇ ଥର ବିଭିନ୍ନ ସମୟରେ ସାପ କାମୁଡର ଶିକାର ହୋଇଥିଲେ ଓ ସେହି ଦେଶୀ ଚିକିତ୍ସା ବଳରେ ସେ ସୁସ୍ଥ ହେଉଥିବା ଗୁଞ୍ଜ କହିଛନ୍ତି।
ସବୁଠାରୁ ଆଶ୍ଚର୍ଯ୍ୟ କଥା ହେଲା, ସେହି ବାମ ହାତରେ ହିଁ ତାଙ୍କୁ ୪ ଥର ସାପ କାମୁଡ଼ିଥିବା କହିଛନ୍ତି। ତାଙ୍କ ପରିବାରରେ ଅନ୍ୟ ଲୋକ ରହିଥିଲେ ମଧ୍ୟ ଗୁଞ୍ଜଙ୍କୁ ହିଁ କାହିଁକି ସାପ ଆକ୍ରମଣ କରୁଛି ସେ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଘଟଣାକୁ ନେଇ ଗାଁରେ ଆଲୋଚନା ମଧ୍ୟ ହେଉଥିବା ଜଣାପଡିଛି। ତେବେ ଏବେ ମଧ୍ୟ ଏଭଳି ଗୁଞ୍ଜଙ୍କ କ୍ଷେତ୍ରରେ ଘଟୁଥିବା ଘଟଣାଟି କାରଣ ଅସ୍ପଷ୍ଟ। ଛେଳି ଗୁହାଳରେ ସାପ ଦୁଇ ଦୁଇ ଥର କାମୁଡ଼ିବାରୁ ଗୁଞ୍ଜଙ୍କ ପରିବାର ଏବେ ଉକ୍ତ ଗୁହାଳଘରକୁ ଭାଙ୍ଗି ଚୁରମାର କରିଦେବା ସହ ସମସ୍ତେ ଭୟ ଓ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଗୁଞ୍ଜ ମଧ୍ୟ ଚାଷ କାର୍ଯ୍ୟ କିମ୍ବା ଜଙ୍ଗଲକୁ କାମ କରିବାକୁ ଘରୁ ଗୋଡ଼ ବାହାର କରିବାକୁ ଭୟଭୀତ ଅଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?