ଝାଡ଼ଖଣ୍ଡ ଏୟାର ଆମ୍ବୁଲାନ୍ସ କ୍ରାଶ୍‌କୁ ନେଇ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ: ବିମାନରେ ନ ଥିଲା…

ରାଞ୍ଚି,୨୫ା୨: ଝାଡ଼ଖଣ୍ଡ ଏୟାର ଆମ୍ବୁଲାନ୍ସ କ୍ରାଶ୍‌କୁ ନେଇ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ। ଦୁର୍ଘଟଣାଗ୍ରସ୍ତ ବିମାନରେ ବ୍ଲାକ୍‌ ବକ୍ସ ନ ଥିଲା। ବ୍ଲାକ ବକ୍ସ ନ ଥିବା ସ୍ପଷ୍ଟ କଲେ ଯାଞ୍ଚ କରୁଥିବା ଅଧିକାରୀ। ଏପରିକି କକ୍‌ପିଟ୍‌ ଭଏସ୍‌ ରେକର୍ଡର କିମ୍ବା ଫ୍ଲାଇଟ ଡାଟା ରେକର୍ଡର ମଧ୍ୟ ନ ଥିଲା। ୪ ବର୍ଷ ଧରି ମଧ୍ୟ ବିମାନ ବ୍ୟବହାର ହୋଇ ନ ଥିଲା। ବ୍ଲାକ ବକ୍ସ ନ ଥିବାରୁ ଦୁର୍ଘଟଣାର କାରଣ ଜାଣିବା ବଡ଼ ଚ୍ୟାଲେଞ୍ଜ।

ସୂଚନା ଥାଉକି, ସୋମବାର ସନ୍ଧ୍ୟାରେ ରାଞ୍ଚିରୁ ଦିଲ୍ଲୀ ଯାଉଥିବା ଏକ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଖସିପଡ଼ିବାରୁ ସମସ୍ତ ୭ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା। ଏହି ବିମାନରେ ୪୧ ବର୍ଷୀୟ ରୋଗୀ ସଞ୍ଜୟ କୁମାରଙ୍କ ସମେତ ତାଙ୍କର ୨ ଆଟେଣ୍ଡାଣ୍ଟ, ଜଣେ ଡାକ୍ତର, ଜଣେ ଫାର୍ମାଶିଷ୍ଟ ଏବଂ ଦୁଇ ପାଇଲଟ୍‌ ଥିଲେ। ବିମାନଟି ରାଞ୍ଚି ବିମାନ ବନ୍ଦରରୁ ଉଡ଼ାଣ ଭରିବାର ମାତ୍ର ୨୩ ମିନିଟ୍‌ ପରେ ରାଡାର୍‌ରୁ ଉଭାନ ହୋଇଯାଇଥିଲା।

କୌଣସି କାରଣରୁ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇ ଚତରା ଜିଲାରେ ଖସିପଡ଼ିଥିଲା। ରାଜ୍ୟ ପ୍ରଶାସନର କେତେଜଣ ଅଧିକାରୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ବିମାନଟିକୁ ଠାବ କରିଥିଲେ। ଦୁର୍ଘଟଣାସ୍ଥଳରୁ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତ ବ୍ୟକ୍ତିଙ୍କ ମଧ୍ୟରେ ସଞ୍ଜୟ କୁମାର, ତାଙ୍କର ୨ ଆଟେଣ୍ଡାଣ୍ଟ ଅର୍ଚ୍ଚନା ଦେବୀ ଓ ଧୁରୁ କୁମାର, ଡାକ୍ତର ବିକାଶ କୁମାର ଗୁପ୍ତା, ଫାର୍ମାଶିଷ୍ଟ ସଚିନ୍‌ କୁମାର ମିଶ୍ର ଏବଂ ୨ ପାଇଲଟ୍‌ ବିବେକ ବିକାଶ ଭଗତ୍‌ ଓ ସଭରାଜଦୀପ୍‌ ସିଂ ଥିଲେ।

ଏହି ବିମାନଟି ଦିଲ୍ଲୀସ୍ଥିତ ରେଡ୍‌ବାର୍ଡ ଏୟାରଓ୍ବେଜ୍‌ ନାମକ ଘରୋଇ କମ୍ପାନୀ ଦ୍ୱାରା ପରିଚାଳିତ ହେଉଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri