ନୂଆପଡ଼ାରୁ ଚାଞ୍ଚଲ୍ୟକର ଖବର: ସପ୍ଲାଇ ପାଣିରେ ଜିଆ

ନୂଆପଡ଼ା,୧୯ା୧୧ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ ସୁନ୍ଦର ଜଳସେଚନ ପ୍ରକଳ୍ପ ଜଡାମୁଣ୍ଡାଠାରେ ଗଭୀର କୂପ ଜରିଆରେ ପାଣି ଉଠାଇ ଗାଁ ଗାଁକୁ ପାଇପ୍‌ ବିଛାଯାଇ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ହେଉଛି। ହେଲେ ସୋମବାର କୋମନା ବ୍ଲକ ଜଟଗଡ ପଞ୍ଚାୟତ ବାବେଘାଟି ଗାଁକୁ ଯୋଗାଣ ହେଉଥିବା ପାଣିରେ ଏକ ଲମ୍ବା ଜିଆ ଭାସୁଥିବା ଦେଖି ଲୋକେ ଏହାକୁ ବ୍ୟବହାର କରି ନ ଥିଲେ। ସୂଚନା ଅନୁଯାୟୀ ଜଟଗଡ ପଞ୍ଚାୟତ ବାବେଘାଟି ୨ ୱାର୍ଡ ବିଶିଷ୍ଟ ଗାଁରେ ୧୫୦ରୁ ଊର୍ଦ୍ଧ୍ୱ ପରିବାରରେ ୯ ଶହରୁ ଅଧିକ ଲୋକ ବାସ କରୁଛନ୍ତି। ଗାଁକୁ ପାଇପ୍‌ ବିଛାଯାଇ ପାନୀୟ ଜଳ ଯୋଗାଣ ହେଉଛି। ବିଘ୍ନ ଆଡବଙ୍ଗଙ୍କ ଘରକୁ ସଂଯୋଗ ହୋଇଥିବା ପାଇପ୍‌ ପାଣିରେ ସୋମବାର ୨ଟି ଜିଅନ୍ତା ଲମ୍ବା ଜିଆ ବାହାରିଥିଲା। ତାହାର ଲମ୍ବ ୧ ଫୁଟ ହେବ। ଗ୍ରାମର ଲୋକେ ଏହାକୁ ପାଣି ଜିଆ କହୁଥିବା ବେଳେ କିଛି ଲୋକ ଏହା ପାଣିରେ ରହୁଥିବା ସାପ ବୋଲି କହିଛନ୍ତି। ଏହା ବିଷଧର କି ନୁହେଁ ଜଣା ନାହିଁ। ହେଲେ ଏହି ଜିଅନ୍ତା ଜିଆ ପାଣିରେ ବାହାରିବାଠାରୁ ଗାଁ ଲୋକେ ପାଇପ୍‌ ପାଣି ନେବା ବନ୍ଦ କରି ଦେଇଛନ୍ତି। ଦୁଇଟି ଜିଆକୁ ପାଣିରେ ଏକ ଘମେଲା ଭିତରେ ରଖାଯାଇଛି। ବିଶେଷଜ୍ଞମାନେ ଏହାର ପରୀକ୍ଷା କରି ସନ୍ଦେହ ଦୂର କରିବା ପାଇଁ ସାଧାରଣରେ ଦାବି ହେଉଛି। ଏ ସଂକ୍ରାନ୍ତରେ କୋମନା ଗ୍ରାମ୍ୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ନିରଞ୍ଜନ ମିଞ୍ଜଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri