ନୂଆପଡ଼ାରୁ ଚାଞ୍ଚଲ୍ୟକର ଖବର: ସପ୍ଲାଇ ପାଣିରେ ଜିଆ

ନୂଆପଡ଼ା,୧୯ା୧୧ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ ସୁନ୍ଦର ଜଳସେଚନ ପ୍ରକଳ୍ପ ଜଡାମୁଣ୍ଡାଠାରେ ଗଭୀର କୂପ ଜରିଆରେ ପାଣି ଉଠାଇ ଗାଁ ଗାଁକୁ ପାଇପ୍‌ ବିଛାଯାଇ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ହେଉଛି। ହେଲେ ସୋମବାର କୋମନା ବ୍ଲକ ଜଟଗଡ ପଞ୍ଚାୟତ ବାବେଘାଟି ଗାଁକୁ ଯୋଗାଣ ହେଉଥିବା ପାଣିରେ ଏକ ଲମ୍ବା ଜିଆ ଭାସୁଥିବା ଦେଖି ଲୋକେ ଏହାକୁ ବ୍ୟବହାର କରି ନ ଥିଲେ। ସୂଚନା ଅନୁଯାୟୀ ଜଟଗଡ ପଞ୍ଚାୟତ ବାବେଘାଟି ୨ ୱାର୍ଡ ବିଶିଷ୍ଟ ଗାଁରେ ୧୫୦ରୁ ଊର୍ଦ୍ଧ୍ୱ ପରିବାରରେ ୯ ଶହରୁ ଅଧିକ ଲୋକ ବାସ କରୁଛନ୍ତି। ଗାଁକୁ ପାଇପ୍‌ ବିଛାଯାଇ ପାନୀୟ ଜଳ ଯୋଗାଣ ହେଉଛି। ବିଘ୍ନ ଆଡବଙ୍ଗଙ୍କ ଘରକୁ ସଂଯୋଗ ହୋଇଥିବା ପାଇପ୍‌ ପାଣିରେ ସୋମବାର ୨ଟି ଜିଅନ୍ତା ଲମ୍ବା ଜିଆ ବାହାରିଥିଲା। ତାହାର ଲମ୍ବ ୧ ଫୁଟ ହେବ। ଗ୍ରାମର ଲୋକେ ଏହାକୁ ପାଣି ଜିଆ କହୁଥିବା ବେଳେ କିଛି ଲୋକ ଏହା ପାଣିରେ ରହୁଥିବା ସାପ ବୋଲି କହିଛନ୍ତି। ଏହା ବିଷଧର କି ନୁହେଁ ଜଣା ନାହିଁ। ହେଲେ ଏହି ଜିଅନ୍ତା ଜିଆ ପାଣିରେ ବାହାରିବାଠାରୁ ଗାଁ ଲୋକେ ପାଇପ୍‌ ପାଣି ନେବା ବନ୍ଦ କରି ଦେଇଛନ୍ତି। ଦୁଇଟି ଜିଆକୁ ପାଣିରେ ଏକ ଘମେଲା ଭିତରେ ରଖାଯାଇଛି। ବିଶେଷଜ୍ଞମାନେ ଏହାର ପରୀକ୍ଷା କରି ସନ୍ଦେହ ଦୂର କରିବା ପାଇଁ ସାଧାରଣରେ ଦାବି ହେଉଛି। ଏ ସଂକ୍ରାନ୍ତରେ କୋମନା ଗ୍ରାମ୍ୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ନିରଞ୍ଜନ ମିଞ୍ଜଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri