ଫେରାର ୨ ଭାଇଙ୍କ କୋର୍ଟରେ ଆତ୍ମସମର୍ପଣ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗୀ ଅଞ୍ଚଳରେ ଜେଲଫେରନ୍ତା ସରୋଜ ତ୍ରିପାଠୀଙ୍କୁ ଗୋଡ଼ାଇ ହାଣିବା ଘଟଣାରେ ଫେରାର ମୁଖ୍ୟ ଅଭିଯୁକ୍ତ ତଥା ଦୁଇଭାଇ ମଙ୍ଗଳବାର କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ବିରଞ୍ଚି ନାରାୟଣ ବେହେରା ଓରଫ ବାଙ୍ଗୁ ଓ ଲିଙ୍ଗରାଜ ବେହେରା ଓରଫ ଟିକ। କୋର୍ଟ ଜାମିନ ନାମଞ୍ଜୁର କରିବାରୁ ଅଭିଯୁକ୍ତଦ୍ୱୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏହାପୂର୍ବରୁ ଏହି ମାମଲାରେ ଅନ୍ୟ ୩ ଅଭିଯୁକ୍ତ ସୁମନ ଓରଫ ସୋମନାଥ ନାୟକ, ବାପି ଓରଫ ଲୋକନାଥ ବେହେରା ଓ କାହ୍ନା ଓରଫ ଅନ୍ତର୍ଯ୍ୟାମୀ ସାହୁଙ୍କୁ ଗିରଫ କରାଯାଇଥିବାବେଳେ ସେମାନେ ଏବେ ଜେଲରେ ଅଛନ୍ତି।
ସୂଚନାଯୋଗ୍ୟ, ମାର୍ଚ୍ଚ ୮ ଅର୍ଥାତ୍‌ ହୋଲି ଦିନ ଭୀମଟାଙ୍ଗୀ ଏଚ୍‌ବି କଲୋନୀରେ ବାଙ୍ଗୁ ଓ ସରୋଜଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଏଥିରେ ବାଙ୍ଗୁଙ୍କ ଡାହାଣ ହାତ ଭାଙ୍ଗିଯାଇଥିଲା। ଏନେଇ ଅଭିଯୋଗକ୍ରମେ ପୋଲିସ ଏକ ମାମଲା ରୁଜୁ କରି ସରୋଜଙ୍କୁ ଗିରଫ କରି ଜେଲ ପଠାଇଥିଲା। ତେବେ ସରୋଜ ଜେଲରେ ଥିବାବେଳେ ବାଙ୍ଗୁ ଓ ଅନ୍ୟମାନେ ଷଡ଼ଯନ୍ତ୍ର କରିଥିଲେ। ଏପ୍ରିଲ ୪ରେ ସରୋଜ ଜେଲରୁ ଜାମିନରେ ଆସିଥିଲେ। ମଙ୍ଗଳବାର ସକାଳ ପ୍ରାୟ ୭ଟା ୩୦ରେ ଭୀମଟାଙ୍ଗୀ ଅନ୍ତର୍ଗତ ଓମ୍‌ଫେଡ ପାର୍ଲର ନିକଟରେ ସରୋଜ ଚା’ ପିଉଥିବା ବେଳେ ଅଭିଯୁକ୍ତମାନେ ସରୋଜଙ୍କୁ ଗୋଡ଼ାଇ ଗୋଡ଼ାଇ ବାଡ଼ି ଓ ଖଣ୍ଡା ଦ୍ୱାରା ଆକ୍ରମଣ କରିଥିଲେ। ଆକ୍ରମଣରେ ସରୋଜ ଗୁରୁତର ହୋଇଥିଲେ। ଏନେଇ ସରୋଜଙ୍କ ଭାଇ ମନୋଜରଞ୍ଜନଙ୍କ ଏତଲାକ୍ରମେ ପୋଲିସ ଏକ ମାମଲା (ନଂ.୯୫/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?