୧୧ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୪ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍‌ମା ଜିଲା ପୋଲିସ ନିକଟରେ ମାଓବାଦୀ ସଂଗଠନର ୧୧ ସକ୍ରିୟ ସଦସ୍ୟ ଶନିବାର ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଯୋଗେନ୍ଦ୍ର ଯାଦବ, ହେମଲା ଦେବା, ମାଡବୀ ଗଙ୍ଗା, ମଡକମ ନଙ୍ଗା, ମଡକମ ମୁକେଶ, ହେମଲା ଜଗା, ବାରସେ ଲଖମା, ସୋଡି ମୁକା, ମଡକମ ହୁଙ୍ଗା, ମାଡବି ପେଜ୍ଜା ଓ ହେମଲା ସୁକ୍କା। ଏମାନେ ବିଭିନ୍ନ ସଂଗଠନର ସକ୍ରିୟ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ। ବତ୍ତର୍ମାନ ଛତିଶଗଡ ପୋଲିସ ଦ୍ୱାରା କୋମ୍ବିଂ ଓ କ୍ୟାମ୍ପ ପ୍ରତିଷ୍ଠା ହେବାରୁ ପୋଲିସଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଫଳରେ ମାଓବାଦୀମାନେ ପୋଲିସଙ୍କ ଉପରକୁ ଆକ୍ରମଣ କରିବାରେ ଅସଫଳ ହେଉଛନ୍ତି। ମାଓବାଦୀଙ୍କ ସମସ୍ତ ଯୋଜନାକୁ ପୋଲିସ ପଣ୍ଡ କରୁଛି। ଇତିମଧ୍ୟରେ ବହୁ ମାଓବାଦୀଙ୍କର ପୋଲିସ ଆକ୍ରମଣରେ ମୃତ୍ୟୁ ଘଟିଲାଣି। ଛତିଶଗଡ ସରକାରଙ୍କ ଦ୍ୱାରା ମାଓବାଦୀଙ୍କୁ ସମସ୍ତ ପ୍ରକାର ସୁବିଧାସୁଯୋଗ ଯୋଗାଇ ଦେଉଥିବାରୁ ଏଥିରେ ଅନୁପ୍ରାଣିତ ହୋଇ ସେମାନେ ଆତ୍ମସମର୍ପଣ କରିଥିବା କହିଛନ୍ତି। ଏହି ସମୟରେ ସୁକ୍‌ମା ଦ୍ୱିତୀୟ କମାଣ୍ଡିଂ ଅଧିକାରୀ ଅମିତ ପ୍ରକାଶ, ଡେପୁଟି କମାଣ୍ଡାଣ୍ଟ ସିଆରପିଏଫ ପବନ କୁମାର ଓ ସିଆରପିଏଫ ନିରୀକ୍ଷକ ଅରିୟମ୍‌ ପ୍ରକାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri