୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୯ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲା ପୋଲିସ ନିକଟରେ ଶନିବାର ୨ଜଣ ଜନମିଲିସିଆ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ତାତି ଜଗା ଓ ଦୁଧି ମୁକା। ଏହି ୨ଜଣ କିସ୍ତାରାମ ଥାନା ଅଞ୍ଚଳ ନିବାସୀ ହୋଇଥିବା ବେଳେ ଦୀର୍ଘଦିନ ଧରି ମାଓବାଦୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିଲେ। ତେବେ ପୋଲିସର କୋମ୍ବିଂ ଅପରେଶନ ପରେ ତାତି ଓ ଦୁଧି ଅପରେଶନ କାର୍ଯ୍ୟାଳୟକୁ ଯାଇ ଆତ୍ମସମର୍ପଣ କରିଥିଲେ। ଉଭୟଙ୍କୁ ସରକାରଙ୍କ ଥଇଥାନ ନୀତି ଅନୁଯାୟୀ ସମସ୍ତ ପ୍ରକାର ସୁବିଧା ମିଳିିବ ବୋଲି ସୁକ୍‌ମା ପୋଲିସ ପ୍ରକାଶ କରିଛି। ସେମାନଙ୍କ ଆତ୍ମସମର୍ପଣ ସମୟରେ ଦ୍ୱିତୀୟ କମାଣ୍ଡ ଅଧିକାରୀ ଦିନେଶ କୁମାର, କୋବ୍ରା ବାହିନୀର ଅତିରିକ୍ତ କମାଣ୍ଡାଣ୍ଟ ହେମନ୍ତ ପ୍ଲାସ୍‌ ଓ ଅତିରିକ୍ତ ଏସ୍‌ପି ଉତ୍ତମ ପ୍ରତାପ ସିଂ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri