୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୯ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲା ପୋଲିସ ନିକଟରେ ଶନିବାର ୨ଜଣ ଜନମିଲିସିଆ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ତାତି ଜଗା ଓ ଦୁଧି ମୁକା। ଏହି ୨ଜଣ କିସ୍ତାରାମ ଥାନା ଅଞ୍ଚଳ ନିବାସୀ ହୋଇଥିବା ବେଳେ ଦୀର୍ଘଦିନ ଧରି ମାଓବାଦୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିଲେ। ତେବେ ପୋଲିସର କୋମ୍ବିଂ ଅପରେଶନ ପରେ ତାତି ଓ ଦୁଧି ଅପରେଶନ କାର୍ଯ୍ୟାଳୟକୁ ଯାଇ ଆତ୍ମସମର୍ପଣ କରିଥିଲେ। ଉଭୟଙ୍କୁ ସରକାରଙ୍କ ଥଇଥାନ ନୀତି ଅନୁଯାୟୀ ସମସ୍ତ ପ୍ରକାର ସୁବିଧା ମିଳିିବ ବୋଲି ସୁକ୍‌ମା ପୋଲିସ ପ୍ରକାଶ କରିଛି। ସେମାନଙ୍କ ଆତ୍ମସମର୍ପଣ ସମୟରେ ଦ୍ୱିତୀୟ କମାଣ୍ଡ ଅଧିକାରୀ ଦିନେଶ କୁମାର, କୋବ୍ରା ବାହିନୀର ଅତିରିକ୍ତ କମାଣ୍ଡାଣ୍ଟ ହେମନ୍ତ ପ୍ଲାସ୍‌ ଓ ଅତିରିକ୍ତ ଏସ୍‌ପି ଉତ୍ତମ ପ୍ରତାପ ସିଂ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri