୩ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୮ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲା ପୋଲିସ ନିକଟରେ ଆଜି ଜଣେ ଏକ ଲକ୍ଷ ଟଙ୍କା ପୁରସ୍କାର ମହିଳା ମାଓବାଦୀଙ୍କ ସହ ଆଉ ଦୁଇଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।

ସୂଚନାନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଚିନ୍ତାଗୁଫା ଅଞ୍ଚଳର ସକ୍ରିୟ ୧ ଲକ୍ଷ ଟଙ୍କା ପୁରସ୍କାର ମହିଳା ମାଓବାଦୀ ଦୁଧି ସୁକଡ଼ିଙ୍କ ସହ ଦୁଧି ଦେବେ, ମାଡବୀ ହଡମା ସୁକୁମା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀମାନେ ପ୍ରକାଶ କରିଛନ୍ତି ଯେ, ବର୍ତ୍ତମାନ ଛତିଶଗଡ଼ ସରକାରଙ୍କ ଥଇଥାନ ନୀତି, ମାଓବାଦୀ ମୁକ୍ତ ନୀତି, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ପ୍ରଭାବିତ ହୋଇ ସେମାନେ ଆତ୍ମସମର୍ପଣ କରିଛନ୍ତି। ଏଥିସହ ବର୍ତ୍ତମାନ ମାଓବାଦୀ ସଂଗଠନରେ ଏହି ମାଓବାଦୀମାନଙ୍କୁ ଅଣଦେଖା କରିବା ସହ ଗରିବ ଆଦିବାସୀଙ୍କ ଉପରେ ଅତ୍ୟାଚାର କରୁଥିବା ମାଓବାଦୀଙ୍କ ମଧ୍ୟରେ ଭେଦଭାବ ସୃଷ୍ଟି କରୁଛନ୍ତିା ଏଥିସହ କୌଣସି ଉନ୍ନୟନମୁଳକ କାର୍ଯ୍ୟ ନ କରିବା ସହ ସ୍ଥାନୀୟ ଜନସାଧାରଣଙ୍କୁ ବିଭିନ୍ନ କାରଣ ଦର୍ଶାଇ ହତ୍ୟା କରୁଛନ୍ତି। ଯାହାଫଳରେ ମାଓବାଦୀ ସଂଗଠନରେ ପରାଦର୍ଶ ନ ଥିବାରୁ ସେମାନେ ଆତ୍ମସମର୍ପଣ କରିଛନ୍ତି। ତେବେ ବର୍ତ୍ତମାନ ଛତିଶଗଡ଼ ସରକାରଙ୍କ ମାଓବାଦୀ ଥଇଥାନ ନୀତି ଅନୁଯାୟୀ, ଏହି ୩ ଜଣଙ୍କୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ସୂଚନା ଦିଆଯାଇଛି। ଆଜି ଏହି ୩ ଜଣ ଆତ୍ମସମର୍ପଣ କରିବା ସମୟରେ ସୁକୁମା ଜିଲା ପୋଲିସ ନିର୍ଦ୍ଦେଶକ ସୁନ୍ଦର ରାଜ ପି, ବସ୍ତର ରେଞ୍ଜ ଜଗଦଲପୁରର ଅତିରିକ୍ତ ପୋଲିସ ନିର୍ଦ୍ଦେଶକ କମଳ ଲୋଚନ କଶ୍ୟପ, ଉପନିର୍ଦ୍ଦେଶକ, ସିଆର୍‌ପିଏଫ୍‌ ସୁନିତ କୁମାର ରାୟ, ସୁକୁମା ଜିଲା ଏସ୍‌.ପି. କିରଣ ଚୌହାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri