ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲହୋଇ ଏକ ସୁଖ ସଂସାର କରିବା ପାଇଁ ମାଲେଙ୍ଗାର ଏରିଆ ମାଓବାଦୀ କମିଟିର ସକ୍ରିୟ ୩ ମାଓବାଦୀ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ ୨ ମହିଳା ଏବଂ ଜଣେ ପୁରୁଷ ମାଓବାଦୀ ଅଛନ୍ତି। ସେମାନେ ହେଲେ କେଏଏମ୍‌ଏସ୍‌ ସଦସ୍ୟ କୁମାରୀ ନନ୍ଦେ ମାଡକାମ(୨୪), ମିଲିସିିଆ ସଦସ୍ୟ କେଶା ଗୋଞ୍ଚେ (୨୨), ସିଏନ୍‌ଏମ୍‌ ସଦସ୍ୟ କୁମାରୀ ମଲ୍ଲେ ମୁଚାକି (୨୫)। ସମସ୍ତ ମାଓବାଦୀ ଶହୀଦ ସପ୍ତାହ ସମୟ ଏବଂ ବନ୍ଦ ଡାକରା ସମୟରେ ରାସ୍ତା ଖୋଳିବା, ଗଛ କାଟିବା, ବୋମା ଖଞ୍ଜିବା, ରାସ୍ତା ଅବରୋଧ କରିବା ଏବଂ ବ୍ୟାନର ପୋଷ୍ଟର ଆଦି ଲଗାଇବା କାର୍ଯ୍ୟରେ ଜଡିତ ଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅବସରରେ ଦାନ୍ତେୱାଡା ଏସ୍‌ପି ଗୌରବ ରାୟଙ୍କ ଉପସ୍ଥିତିରେ ସମସ୍ତ ୩ ଜଣ ଆତ୍ମସମର୍ପଣକାରୀଙ୍କୁ ୨୫ ହଜାର ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri