୩ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ୩ ମାଓବାଦୀଙ୍କ ସହ ୩୨ ଜଣଙ୍କ ଆତ୍ମସମର୍ପଣ, ବନ୍ଧୁକ ଛାଡ଼ି କହିଲେ…

ମାଲକାନଗିରି,୩୦ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ବାଡା ଜିଲାରେ ୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ଛତିଶଗଡ଼ ପୋଲିସ ଦ୍ୱାରା ଚାଲିଥିବା ଘରକୁ ଫେରିଆସ ଅଭିଯାନରେ ଅନୁପ୍ରାଣୀତ ହୋଇ ଏହି ତିନି ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଆତ୍ମସମର୍ପଣକାରୀଙ୍କ ମଧ୍ୟରୁ ୨ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ତେଲନାର ଏଲ୍‌.ଓ.ଏସ୍‌ ସଦସ୍ୟା ରାମବତୀ କୁଞ୍ଜାମ, ଦରଭା ଡିଭିଜନ ସଦସ୍ୟ ୧ ଲକ୍ଷ ଇନାମୀ ମାସେ ମାଡବି, ଓ ଜନତାନା ସରକାର ଅଧ୍ୟକ୍ଷ ଦେବା ଓରଫ ନରେଶ ଆତ୍ମସମର୍ପଣ କରିଛନ୍ତି। ଏହି ତିନିଜଣଙ୍କୁ ଛତିଶଗଡ଼ ପୋଲିସ ତରଫରୁ ୨୫ ହଜାର ଟଙ୍କା ଲେଖାଏ ଚେକ୍‌ ପ୍ରଦାନ କରାଯିବା ସହ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ଏବଂ ପ୍ରତିମାସରେ ୧୦ ହଜାର ଟଙ୍କା ସହାୟତା ରାଶି ମଧ୍ୟ ପ୍ରଦାନ କରାଯିବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ ଯେ, ଏଥିସହ ତିନିବର୍ଷ ପର୍ଯ୍ୟନ୍ତ ତାଙ୍କୁ ମାଗଣା ଆବାସ ଗୃହ, ଭୋଜନର ସୁବିଧା ସହ ଆତ୍ମ ନିର୍ଭରଶୀଳ, କୃଷି ସମ୍ବନ୍ଧୀୟ ଭୂମି ମଧ୍ୟ ପ୍ରଦାନ କରାଯିବ। ସେହିପରି ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ନିକଟରେ ୨୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୨ ଜଣ ପୁରୁଷ ଓ ୭ ଜଣ ମହିଳା ମାଓବାଦୀଥିବା ଜଣାପଡ଼ିଛି। ଏମାନେ ବିଭିନ୍ନ ହିଂସାକାଣ୍ଡରେ ଜଡ଼ିତ ଥିବାବେଳେ ପୋଲିସର କଡ଼ା ସୁରକ୍ଷା ଓ ମାଓବାଦୀ ସଂଗଠନରେ ନିର୍ଯାତନାକୁ ସହି ନ ପାରିବା, ମାଓବାଦୀ ମୂଳ ଉଦ୍ଦେଶ୍ୟରୁ ହଟି ନିରୀହ ଆଦିବାସୀଙ୍କୁ ହତ୍ୟା କରୁଥିବାରୁ ଏମାନେ ସଂଗଠନ ଛାଡ଼ିଥିବା କହିଛନ୍ତି। ତେବେ ଏମାନଙ୍କୁ ସରକାରଙ୍କ ତରଫରୁ ଥଇଥାନ ନୀତି ଅନୁଯାୟୀ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ପୋଲିସ ସୁତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?