୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣଙ୍କ ଆତ୍ମସମର୍ପଣ

ମାଲକାନଗିରି,୯ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଜଗଦଲପୁରରେ ୧ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣ ବୁଧବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଛୋଟା ପାଣ୍ଡୁ କାୱାସୀ, ମାନକୁ ରାମ କଶ୍ୟପ, କରିଆ ପୋୟାମ ଏବଂ ଫୁଲମତି ଗୀର୍ଜା। ବସ୍ତର ପୋଲିସ ଅଧୀକ୍ଷକ ଶଲଭ କୁମାର ସିହ୍ନା, ସିଆରପିଏଫ କମାଣ୍ଡାଣ୍ଟ ଜିତେନ୍ଦ୍ର କୁମାରଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରିଛନ୍ତି। ପୋଲିସଠାରୁ ମିଳିଥିବା ସୂଚନା ଅନୁଯାୟୀ, ମାଓବାଦୀ ଛୋଟା ପାଣ୍ଡୁ କାୱାସୀ ୨୦୧୪ରେ ସଂଗଠନରେ ଯୋଗଦେଇ ଥିବାବେଳେ ବର୍ତ୍ତମାନ କାଙ୍ଗେରଭେଲି କ୍ଷେତ୍ର କମିଟି ଅଧୀନରେ ଏଲଓଏସ୍‌ ସଦସ୍ୟ ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ନାମରେ ୧ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ସଙ୍ଗଠନ ଭୁଶୁଡିବାରେ ଲାଗିଥିବା ବେଳେ ନିଜର ନୀତି ଆଦର୍ଶରୁ ଓହରି ଯାଇଥିବାରୁ ଏମାନେ ମାଓବାଦୀ ସଙ୍ଗଠନ ଛାଡି ଆତ୍ମସମର୍ପଣ କରି ସାଧାରଣ ଜୀବନଯାପନ କରିବାକୁ ନିଷ୍ପତ୍ତି ନେଇଥିବା ପ୍ରକାଶ କରିଛନ୍ତି। ସରକାରୀ ନୀତି ନିୟମ ଅନୁଯାୟୀ ସମସ୍ତଙ୍କୁ ଥଇଥାନ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri