ଦୁଇ ଅଭିଯୁକ୍ତ ଷ୍ଟକିଷ୍ଟଙ୍କ ଆତ୍ମସମର୍ପଣ

କଟକ ଅଫିସ,୧୩ା୯:କଟକରେ ନକଲି ଔଷଧ କାରବାର ମାମଲାରେ କମିଶନରେଟ ପୋଲିସର ତନାଘନା ଆରମ୍ଭ ହୋଇଛି। ଫେରାର ଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ମୁଖ୍ୟ ଦୁଇ ଅଭିଯୁକ୍ତ ଷ୍ଟକିଷ୍ଟ ସୋମବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଯାଉଁଳିଆପଟି ପୂଜା ଏଣ୍ଟରପ୍ରାଇଜ୍‌ର ମାଲିକ ସଞ୍ଜୟ ଜଲାନ ଏବଂ ମାଣିକଘୋଷ ବଜାରସ୍ଥିତ ଭି. ଆର୍‌. ଡ୍ରଗ ଏଜେନ୍ସିର ରାହୁଲ କ୍ୟାଲ। ପୋଲିସ ସେମାନଙ୍କୁ ଧରି ମେଡିସିନ ଗୋଦାମରେ ଚଢ଼ାଉ କରି ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି।
ଡିସିପି ପିନାକ ମିଶ୍ରଙ୍କ ସୂଚନା ଅନୁସାରେ, ନକଲି ମେଡିସିନ କାରବାର ନେଇ ଡ୍ରଗ ଇନ୍ସପେକ୍ଟରଙ୍କ ପକ୍ଷରୁ ପୁରୀଘାଟ ଥାନାରେ ଏତଲା ଦିଆଯିବା ପରେ ଦୁଇଟି ମାମଲା ରୁଜୁ କରାଯାଇଥିଲା। ଯାଉଁଳିଆପଟିସ୍ଥିତ ପୂଜା ଏଣ୍ଟରପ୍ରାଇଜର୍ସର ମାଲିକ ସଞ୍ଜୟ ଜଲାନ, ତାଙ୍କ ସ୍ତ୍ରୀ ଚଞ୍ଚଲ ଜଲାନ ଓ ମାଣିକଘୋଷ ବଜାରର ଭି. ଆର. ଡ୍ରଗ ଏଜେନ୍ସିର ମାଲିକ ବର୍ଷାରାଣୀ କ୍ୟାଲ, ତାଙ୍କ ସ୍ବାମୀ ରାହୁଲ କ୍ୟାଲଙ୍କୁ ଅଭିଯୁକ୍ତ ଦର୍ଶାଯାଇଥିବା ବେଳେ ସେମାନେ ଫେରାର ଥିଲେ। ପୋଲିସ ସେମାନଙ୍କୁ ଖୋଜୁଥିବାବେଳେ ସୋମବାର ଉଭୟେ ଆତ୍ମସମର୍ପଣ କରିଛନ୍ତି। ମଙ୍ଗଳବାର ଉଭୟଙ୍କୁ କୋର୍ଟ ଚାଲାଣ କରାଯିବ। ଦୁଇ ମେଡିସିନ ଗୋଦାମର ମାଲିକାନା ଅନ୍ୟ ଅଭିଯୁକ୍ତ ଦ୍ୱୟଙ୍କ ନାମରେ ଥିବାବେଳେ ଆତ୍ମସମର୍ପଣ କରିଥିବା ଅଭିଯୁକ୍ତଦ୍ୱୟ ମଧ୍ୟ ସିଧାସଳଖ ମେଡିସିନ କାରବାରରେ ସମ୍ପୃକ୍ତ। ପୋଲିସ କମିଶନରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଜଣେ ବରିଷ୍ଠ ଅଧିକାରୀ ମାମଲାର ତଦନ୍ତ କରୁଛନ୍ତି। ମେଡିସିନ ଗୋଦାମରେ ଚଢ଼ାଉ ପରେ ଜବତ ହୋଇଥିବା କାଗଜପତ୍ରକୁ ଯାଞ୍ଚ କରାଯିବ। ଏହି କାରବାର ସହ ଆଉ କେଉଁମାନେ ସମ୍ପୃକ୍ତ, ନକଲି ମେଡିସିନ କେଉଁଠୁ ଆସୁଥିଲା, ଅନ୍ୟ ଏଜେନ୍ସି ନକଲି ମେଡିସିନ କିଣିଛନ୍ତି କି ଏବଂ କେଉଁମାନେ ବିଜ୍‌ନେସ ପାର୍ଟନର ଭାବେ ରହିଛନ୍ତି ଆଦି ଅନେକ ଦିଗକୁ ପୋଲିସ ତଦନ୍ତ ପରିସରଭୁକ୍ତ କରିଛି। ସାଧାରଣ ଲୋକଙ୍କ ଜୀବନ ସହ ଏହି ମାମଲା ଜଡ଼ିତ ଥିବାରୁ ଏହାର ପ୍ରତିଟି ଦିଗକୁ ପୋଲିସ ଗୁରୁତର ସହ ବିଚାର କରୁଛି। ଦୁଇ ଅଭିଯୁକ୍ତଙ୍କୁ ପୋଲିସ ପଚରାଉଚୁରା କରୁଛି ବୋଲି ଡିସିପି କହିଛନ୍ତି।
ସୂଚନାଯୋଗ୍ୟ, ଉଚ୍ଚ ରକ୍ତଚାପ ଓ ହୃଦ୍‌ରୋଗର ଚିକିତ୍ସା ପାଇଁ ବ୍ୟବହୃତ ହେଉଥିବା ଟେଲ୍‌ମା-୪୦ ଏବଂ ଟେଲ୍‌ମା- ଏଏମ୍‌ ଟାବ୍‌ଲେଟକୁ ନକଲି କରି ବିକ୍ରି ନେଇ ଅଭିଯୋଗ ହୋଇଛି। ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ପକ୍ଷରୁ ଡ୍ରଗ୍ସ ଆଣ୍ଡ କସ୍‌ମେଟିକ୍ସ ଆକ୍ଟରେ କଟକ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ୨ ଷ୍ଟକିଷ୍ଟଙ୍କ ନାମରେ ୨ଟି ମାମଲା ଓ ପୁରୀଘାଟ ଥାନାରେ ୨ଟି ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri