ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୦ା୧(ଦୁର୍ଯ୍ୟୋଧନ ପାତ୍ର): ଜଣେ ମହିଳା ମାଓବାଦୀ ବୁଧବାର ମାଲକାନଗିରି ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ମହିଳା ମାଓବାଦୀ ଜଣକ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ବାଡା ଜିଲା କଟକକଲ୍ୟାଣ ଥାନା ପିତାଦାବ ଗ୍ରାମ ନିବାସୀ ଉଙ୍ଗି ମାଡବି ଓରଫ ରୋସନି। ସେ  ୨୦୧୬ରେ ମାଲକାନଗିରି ଜିଲା ସିପିଆଇ ମାଓବାଦୀ ସଂଗଠନରେ ଯୋଗ ଦେଇଥିଲେ। ପରବର୍ତ୍ତୀ ସମୟରେ ସେ ଛତିଶଗଡ଼ର ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟିର ପାର୍ଟି ସଦସ୍ୟ ଭାବେ ଯୋଗ ଦେଇଥିଲେ। ଅନ୍ୟପକ୍ଷରେ ମାଓବାଦୀ ସଂଗଠନର ବରିଷ୍ଠ ମାଓବାଦୀଙ୍କ ପୂର୍ବ ଆଦର୍ଶ ଆଉ ନାହି ଯାହାଫଳରେ ବହୁ ମାଓବାଦୀ ଆତ୍ମସମର୍ପଣ କରି ସାରିଲେଣି। ଆଉ କେତେଜଣ ବରିଷ୍ଠ ମାଓବାଦୀମାନେ ମଧ୍ୟ ଆତ୍ମସମର୍ପଣ କରିବାକୁ ସୁଯୋଗ ଖୋଜୁଛନ୍ତି। ତେଣୁ ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ଓ ସାଧାରଣ ଜୀବନଯାପନ ବିତାଇବା ପାଇଁ ସେ ଆତ୍ମସମର୍ପଣ କରିଥିବା ସୂଚନା ଦେଇଛନ୍ତି। ଏଥିସହ ବର୍ତ୍ତମାନ ମାଲକାନଗିରି ଜିଲା ସୀମାନ୍ତ ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ ନିକଟସ୍ଥ ମହୁପଦର, ଟେମୁରୁପାଲ୍ଲୀ, କର୍ତ୍ତନପାଲ୍ଲୀ, ତୁଳସୀଠାରେ ବିଏସ୍‌ଏଫ୍‌ କ୍ୟାମ୍ପ୍‌ ଅନୁଷ୍ଠିତ ହେବା ପରେ ବହୁ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କ ଦ୍ୱାରା ବର୍ତ୍ତମାନ ବହୁ ସ୍ଥାନରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହେବା ସହ ମାଓବାଦୀମାନେ ଆତ୍ମସମର୍ପଣ କଲେ ସେମାନଙ୍କୁ ଥଇଥାନ ନୀତି ଅନୁଯାୟୀ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି। ତେବେ ଓଡ଼ିଶା ସରକାରଙ୍କ ପକ୍ଷରୁ ଉକ୍ତ ମହିଳା ମାଓବାଦୀଙ୍କ ଉପରେ ୧ ଲକ୍ଷ ଟଙ୍କାର ପୁରସ୍କାର ମଧ୍ୟ ଘୋଷଣା କରିଛନ୍ତି। ସେ ବର୍ତ୍ତମାନ ଆତ୍ମସମର୍ପଣ କରିଥିବାରୁ ସରକାରଙ୍କ ଥଇତାନ ନୀତି ଅନୁଯାୟୀ ସମସ୍ତ ପ୍ରକାର ସୁବିଧା ସୁଯୋଗ ସହ ତାଙ୍କୁ ଥଇଥାନ କରାଯିବ ବୋଲି ଆଜି ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି ଏସ୍‌ପି ନୀତୀଶ ବଧ୍ୱାନୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri