ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’ (Truth Social) ରେ ଏକ ପୋଷ୍ଟ କରି ଟ୍ରମ୍ପ କହିଛନ୍ତି ଯେ, ଯେପର୍ଯ୍ୟନ୍ତ ଇରାନ ବିନା ସର୍ତ୍ତରେ ଆତ୍ମସମର୍ପଣ ନ କରିଛି, ସେପର୍ଯ୍ୟନ୍ତ କୌଣସି ପ୍ରକାରର ଶାନ୍ତି ବୁଝାମଣା କରାଯିବ ନାହିଁ।

ଟ୍ରମ୍ପ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ, ଯଦି ଇରାନ ଆତ୍ମସମର୍ପଣ କରେ, ତେବେ ସେଠାରେ ଏକ ନୂତନ ଏବଂ ଗ୍ରହଣୀୟ ନେତୃତ୍ୱ ଚୟନ କରାଯିବ। ଏହାପରେ ଆମେରିକା ଏବଂ ତାର ସହଯୋଗୀ ଦେଶମାନେ ମିଶି ଇରାନକୁ ଆର୍ଥିକ ଦୃଷ୍ଟିକୋଣରୁ ଅଧିକ ଶକ୍ତିଶାଳୀ ଏବଂ ସମୃଦ୍ଧ କରିବା ପାଇଁ କାମ କରିବେ। ଏହି ଅବସରରେ ସେ “ମେକ ଇରାନ ଗ୍ରେଟ ଏଗେନ” (MIGA)ର ସ୍ଲୋଗାନ ମଧ୍ୟ ଦେଇଛନ୍ତି।

ଟ୍ରମ୍ପଙ୍କ ଏହି କଠୋର ଆଭିମୁଖ୍ୟ ପରେ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇଛି। ଆନ୍ତର୍ଜାତୀୟ ବଜାରରେ ବ୍ରେଣ୍ଟ କ୍ରୁଡର ମୂଲ୍ୟ ବ୍ୟାରେଲ ପିଛା ୯୦ ଡଲାର ଅତିକ୍ରମ କରିଛି, ଯାହା ବିଶ୍ୱ ଅର୍ଥନୀତି ପାଇଁ ଏକ ଚିନ୍ତାର ବିଷୟ ପାଲଟିଛି।

ଟ୍ରମ୍ପ ଇରାନର ପରବର୍ତ୍ତୀ ସୁପ୍ରିମ ଲିଡର ଚୟନ ପ୍ରକ୍ରିୟାରେ ନିଜର ଭୂମିକା ଚାହୁଁଥିବା ପ୍ରକାଶ କରିଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ଆଲି ଖାମେନେଇଙ୍କ ପୁଅ ମୋଜତବା ଖାମେନେଇ ଏହି ପଦ ପାଇଁ ଆଦୌ ଯୋଗ୍ୟ ନୁହନ୍ତି। ଟ୍ରମ୍ପଙ୍କ କହିବା ଅନୁଯାୟୀ, ଯଦି ନୂଆ ନେତା ପୁରୁଣା ନୀତିକୁ ଅନୁସରଣ କରନ୍ତି, ତେବେ ଆଗକୁ ପୁଣି ଯୁଦ୍ଧ ହେବାର ସମ୍ଭାବନା ରହିଛି।

ଅପରପକ୍ଷେ ଶୁକ୍ରବାର ଇସ୍ରାଏଲ ବାୟୁସେନା ତେହେରାନରେ ଥିବା ଇରାନ ନେତୃତ୍ୱ କମ୍ପ୍ଲେକ୍ସ ଉପରେ ଭୟଙ୍କର ଆକ୍ରମଣ କରିଛି। ୫୦ଟି ଫାଇଟର ଜେଟ ଏହି ଅପରେଶନରେ ସାମିଲ ଥିଲେ। ୧୦୦ରୁ ଅଧିକ ବୋମାମାଡ଼ କରାଯାଇ ସୁପ୍ରିମ ଲିଡରଙ୍କ ପାଇଁ ନିର୍ମିତ ଅଣ୍ଡରଗ୍ରାଉଣ୍ଡ ବଙ୍କରକୁ ସମ୍ପୂର୍ଣ୍ଣ ନଷ୍ଟ କରିଦିଆଯାଇଛି। ଏହି ଆକ୍ରମଣ ଦ୍ୱାରା ଇରାନର କମାଣ୍ଡ ଏବଂ କଣ୍ଟ୍ରୋଲ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା କୁହାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri