ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’ (Truth Social) ରେ ଏକ ପୋଷ୍ଟ କରି ଟ୍ରମ୍ପ କହିଛନ୍ତି ଯେ, ଯେପର୍ଯ୍ୟନ୍ତ ଇରାନ ବିନା ସର୍ତ୍ତରେ ଆତ୍ମସମର୍ପଣ ନ କରିଛି, ସେପର୍ଯ୍ୟନ୍ତ କୌଣସି ପ୍ରକାରର ଶାନ୍ତି ବୁଝାମଣା କରାଯିବ ନାହିଁ।

ଟ୍ରମ୍ପ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ, ଯଦି ଇରାନ ଆତ୍ମସମର୍ପଣ କରେ, ତେବେ ସେଠାରେ ଏକ ନୂତନ ଏବଂ ଗ୍ରହଣୀୟ ନେତୃତ୍ୱ ଚୟନ କରାଯିବ। ଏହାପରେ ଆମେରିକା ଏବଂ ତାର ସହଯୋଗୀ ଦେଶମାନେ ମିଶି ଇରାନକୁ ଆର୍ଥିକ ଦୃଷ୍ଟିକୋଣରୁ ଅଧିକ ଶକ୍ତିଶାଳୀ ଏବଂ ସମୃଦ୍ଧ କରିବା ପାଇଁ କାମ କରିବେ। ଏହି ଅବସରରେ ସେ “ମେକ ଇରାନ ଗ୍ରେଟ ଏଗେନ” (MIGA)ର ସ୍ଲୋଗାନ ମଧ୍ୟ ଦେଇଛନ୍ତି।

ଟ୍ରମ୍ପଙ୍କ ଏହି କଠୋର ଆଭିମୁଖ୍ୟ ପରେ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇଛି। ଆନ୍ତର୍ଜାତୀୟ ବଜାରରେ ବ୍ରେଣ୍ଟ କ୍ରୁଡର ମୂଲ୍ୟ ବ୍ୟାରେଲ ପିଛା ୯୦ ଡଲାର ଅତିକ୍ରମ କରିଛି, ଯାହା ବିଶ୍ୱ ଅର୍ଥନୀତି ପାଇଁ ଏକ ଚିନ୍ତାର ବିଷୟ ପାଲଟିଛି।

ଟ୍ରମ୍ପ ଇରାନର ପରବର୍ତ୍ତୀ ସୁପ୍ରିମ ଲିଡର ଚୟନ ପ୍ରକ୍ରିୟାରେ ନିଜର ଭୂମିକା ଚାହୁଁଥିବା ପ୍ରକାଶ କରିଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ଆଲି ଖାମେନେଇଙ୍କ ପୁଅ ମୋଜତବା ଖାମେନେଇ ଏହି ପଦ ପାଇଁ ଆଦୌ ଯୋଗ୍ୟ ନୁହନ୍ତି। ଟ୍ରମ୍ପଙ୍କ କହିବା ଅନୁଯାୟୀ, ଯଦି ନୂଆ ନେତା ପୁରୁଣା ନୀତିକୁ ଅନୁସରଣ କରନ୍ତି, ତେବେ ଆଗକୁ ପୁଣି ଯୁଦ୍ଧ ହେବାର ସମ୍ଭାବନା ରହିଛି।

ଅପରପକ୍ଷେ ଶୁକ୍ରବାର ଇସ୍ରାଏଲ ବାୟୁସେନା ତେହେରାନରେ ଥିବା ଇରାନ ନେତୃତ୍ୱ କମ୍ପ୍ଲେକ୍ସ ଉପରେ ଭୟଙ୍କର ଆକ୍ରମଣ କରିଛି। ୫୦ଟି ଫାଇଟର ଜେଟ ଏହି ଅପରେଶନରେ ସାମିଲ ଥିଲେ। ୧୦୦ରୁ ଅଧିକ ବୋମାମାଡ଼ କରାଯାଇ ସୁପ୍ରିମ ଲିଡରଙ୍କ ପାଇଁ ନିର୍ମିତ ଅଣ୍ଡରଗ୍ରାଉଣ୍ଡ ବଙ୍କରକୁ ସମ୍ପୂର୍ଣ୍ଣ ନଷ୍ଟ କରିଦିଆଯାଇଛି। ଏହି ଆକ୍ରମଣ ଦ୍ୱାରା ଇରାନର କମାଣ୍ଡ ଏବଂ କଣ୍ଟ୍ରୋଲ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା କୁହାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?