ଆତ୍ମସମର୍ପଣ କଲେ ନାବାଳକ ମାଓବାଦୀ, ଯାହାଙ୍କ ନାମରେ ଘୋଷିତ ହୋଇଥିଲା ୨ ଲକ୍ଷ ଟଙ୍କାର ପୁରସ୍କାର

ମାଲକାନଗିରି,୨୧ା୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପୋଲିସ ନିକଟରେ ଛତିଶଗଡ଼ ସୁକ୍‌ମା ଜିଲାର ଜଣେ ୨ ଲକ୍ଷ ପୁରସ୍କାର ଘୋଷିତ ନାବାଳକ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ମାଲକାନଗିରି ଜିଲାକୁ ଦକ୍ଷିଣାଞ୍ଚଳ ଡିଆଇଜି ଚରଣ ସିଂ ମୀନା ଆସିଥିବା ବେଳେ ଏସ୍‌ପି ନିତେଶ ବାଧ୍ୱାନୀଙ୍କ ନିକଟରେ ଉକ୍ତ ନାବାଳକ ଜଣକ ଆତ୍ମସମର୍ପଣ କରିଛନ୍ତି।
ଏ ସମ୍ପର୍କରେ ଡିଆଇଜି ମୀନା ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଛତିଶଗଡ ସୁକ୍‌ମା ଜିଲା ଜାଗୁରକୋଣ୍ଡା ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟ ନାବାଳକ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶା ସରକାର ତାଙ୍କ ଉପରେ ୨ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିବା ବେଳେ ସେ ୨୦୨୩ରେ ସିପିଆଇ(ମାଓବାଦୀ) ସଂଘରେ ଯୋଗ ଦେଇଥିଲେ। ସେ ପିଏଲ୍‌ଜିଏ ବାଟାଲିୟନ ନଂ. ୧(କମ୍ପାନୀ ନଂ. ୩ର ହିଡମା ବାଟାଲିୟନ) ପାର୍ଟି ମେମ୍ବର ଭାବେ କାର୍ଯ୍ୟ କରୁଥିଲେ। ସେ ଡିସେମ୍ବର ୨୦୨୩ରେ ଘଟିଥିବା ପୋଲିସ ଓ ମାଓବାଦୀଙ୍କ ଗୁଳି ବିନିମୟରେ ସାମିଲଥିଲେ। ଏଥିରେ ୫ ପୋଲିସ ଓ ୩ ଜଣ ମାଓବାଦୀଙ୍କର ମୃତ୍ୟୁ ଘଟିଥିଲା।
ସେହିପରି ମେ’ ୨୦୨୪ରେ ଜିରାମଠାରେ ଘଟିଥିବା ଗୁଳି ବିନିମୟରେ ସେ ସାମିଲ ଥିଲେ। ଏହି ଗୁଳି ବିନିମୟରେ ମଧ୍ୟ ୪ ଜଣ ପୋଲିସଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ମାଓବାଦୀ ଆହତ ହୋଇଥିଲେ। ଏଥିସହ ତିମାପୁରମରେ ପିକ୍‌ଅପ୍‌ ଭ୍ୟାନକୁ ଲ୍ୟାଣ୍ଡମାଇନ୍‌ରେ ଉଡ଼ାଇବା ଘଟଣାରେ ମଧ୍ୟ ସାମିଲ ଥିଲେ। ସରକାରଙ୍କ ଥଇଥାନ ନୀତି ଅନୁଯାୟୀ, ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବା ସହ ତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଡିଆଇଜି ମୀନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri