Posted inଜାତୀୟ

ସରୋଗେସି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୧୮।୧୨(ପି.ଟି.): ଲଖିମପୁର ଖେରି ହିଂସା ଘଟଣାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ବରଖାସ୍ତ ଦାବିରେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଲୋକ ସଭାରେ ସରୋଗେସି ବିଲ୍‌ ଗୃହୀତ ହୋଇଯାଇଛି। ସରୋଗେସି (ନିୟନ୍ତ୍ରଣ) ବିଲ୍‌, ୨୦୧୯ରେ ରାଜ୍ୟ ସଭା ଆଣିଥିବା ସଂଶୋଧନ ଗ୍ରହଣ କରିବାକୁ ଲୋକ ସଭା ରାଜି ହୋଇଥିଲା। ଗତ ୧୪ ତାରିଖରେ ରାଜ୍ୟ ସଭା ଉକ୍ତ ବିଲ୍‌ରେ ସଂଶୋଧନ କରିବା ସହ ଅନୁମୋଦନ କରିଥିଲା। ଏହା ବ୍ୟତୀତ ନିମ୍ନ ସଦନରେ ଅପରାହ୍ନରେ ଅନ୍ୟ ୩ଟି ବିଲ୍‌ ଆଗତ କରାଯାଇଥିଲା। ସେଗୁଡ଼ିକ ହେଲା ନ୍ୟାଶନାଲ ଆଣ୍ଟି-ଡୋପିଙ୍ଗ୍‌ ବିଲ୍‌, ୨୦୨୧, ବନ୍ୟପ୍ରାଣୀ (ସୁରକ୍ଷା) ସଂଶୋଧନ ବିଲ୍‌, ୨୦୨୧ ଏବଂ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ, କଷ୍ଟ୍‌ ଆଣ୍ଡ ଓ୍ବାର୍କସ୍‌ ଆକାଉଣ୍ଟାଣ୍ଟ ଏବଂ କମ୍ପାନୀ ସେକ୍ରେଟାରୀ (ସଂଶୋଧନ) ବିଲ, ୨୦୨୧। ସରୋଗେସି ବିଲ୍‌ ଗୃହୀତ ହେବା ପରେ ବିରୋଧୀ ଅଜୟ ମିଶ୍ରାଙ୍କ ବରଖାସ୍ତ ଦାବିରେ ହଟ୍ଟଗୋଳ ଜାରି ରଖିବାରୁ ଅଧ୍ୟକ୍ଷତା କରୁଥିବା ରାଜେନ୍ଦ୍ର ଅଗ୍ରଓ୍ବାଲ୍‌ ଗୃହକୁ ସୋମବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।
ରାଜ୍ୟ ସଭାର ୧୨ ଏମ୍‌ପିଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବିରେ ବିରୋଧୀମାନେ ଶୁକ୍ରବାର ହଟ୍ଟଗୋଳ ଜାରି ରଖିଥିଲେ। ଏହା ଉପରେ ଆଲୋଚନା କରି ସହମତିରେ ପହଞ୍ଚତ୍ବା ଲାଗି ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁ ସରକାରୀ ଓ ବିରୋଧୀ ଦଳଗୁଡ଼ିକୁ ଅନୁରୋଧ କରିଥିଲେ। ଏନେଇ ସେ ଗୃହର ନେତା ପୀୟୂଷ ଗୋୟଲ ଏବଂ ବିରୋଧୀ ଦଳର କେତେଜଣ ବରିଷ୍ଠ ସଦସ୍ୟଙ୍କୁ ଭେଟି ଆଲୋଚନା ପାଇଁ କହିଥିବା ଭେଙ୍କାୟା ଗୃହକୁ ଜଣାଇଥିଲେ। ଏଥିସହିତ ଗୃହକୁ ସୋମବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଗଲା ବୋଲି ଅଧ୍ୟକ୍ଷ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri