ମନ୍ତ୍ରୀଙ୍କ ବାସଭବନ ଘେରାଉ ପୂର୍ବରୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୨୫।୫୫(ବ୍ୟୁରୋ): ନ୍ୟାୟ ପାଇଁ ଲଢ଼େଇ କରୁଥିବା ରାଜ୍ୟର ୨୧ ପରିବାରର ମା’ଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଅଡ଼ୁଆରେ ପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦାବିପତ୍ର ଦେବା ସତ୍ତ୍ୱେ ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ହେବାରୁ ସମ୍ପୃକ୍ତ ପରିବାର ମଙ୍ଗଳବାର ଭୁବନେଶ୍ୱରରେ ପହଞ୍ଚତ୍ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପରିବାର ସଦସ୍ୟମାନେ ଭିନ୍ନ ଭିନ୍ନ ପ୍ଲାକାର୍ଡ ଧରି ପୂର୍ବାହ୍ନ ପ୍ରାୟ ୧୧ଟାରେ ମନ୍ତ୍ରୀଙ୍କ ବାସଭବନ ନିକଟକୁ ବିକ୍ଷୋଭ ପ୍ରଦର୍ଶନ ପାଇଁ ଯାଇଥିଲେ। ସେମାନେ ସେଠାରେ ପହଞ୍ଚତ୍ବା ପୂର୍ବରୁ ପୋଲିସ ସେମାନଙ୍କୁ ଅଟକାଇବା ସହ ବଳପୂର୍ବକ ଉଠାଇ ଆଣି ଲୋୟର ପିଏମ୍‌ଜିରେ ଛାଡ଼ିଥିଲା। ଫଳରେ ସେମାନେ ଲୋୟର ପିଏମ୍‌ଜିରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମନ୍ତ୍ରୀ ସୁଶାନ୍ତ ସିଂ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ସେ ଦେଇଥିବା ବୟାନ ପାଇଁ କ୍ଷମା ମାଗନ୍ତୁ ବୋଲି ସେମାନେ ଦାବି କରିଥିଲେ। ନ୍ୟାୟ ପାଇଁ ଲଢ଼ୁଥିବା ପରିବାର ମଧ୍ୟରୁ ଯାଜପୁରର ନିଖୋଜ ନାବାଳିକା ପିହୁଙ୍କ ମା’ ମୋନାଲିସା ନାୟକ କହିଛନ୍ତି, ଆମେମାନେ ଗଣମାଧ୍ୟମରେ ଲୋକପ୍ରିୟ ହେବା ପାଇଁ ଏପରି କରୁଛୁ ବୋଲି ମନ୍ତ୍ରୀ ସୁଶାନ୍ତ ସିଂ ହୀନ ମନ୍ତବ୍ୟ ଦେଇଛନ୍ତି। ସରକାର ନ୍ୟାୟ ନ ଦେଇ ଆମ ଉପରେ ମାନସିକ ନିର୍ଯାତନା ଦେଉଥିବା ସେ କହିଛନ୍ତି।
ସୂଚନା ଅନୁଯାୟୀ, ବିଭିନ୍ନ ଜିଲାରେ ହତ୍ୟା, ଶିଶୁ ଚୋରି ଘଟଣାରେ ରାଜ୍ୟ ସରକାର ଓ ପୋଲିସ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପରେ ଅସନ୍ତୁଷ୍ଟ ହୋଇ ୨୧ ପରିବାର ବହୁ ବର୍ଷ ଧରି ନ୍ୟାୟ ପାଇଁ ଲଢ଼େଇ କରୁଛନ୍ତି। ବିଭିନ୍ନ ସମୟରେ ବିକ୍ଷୋଭ କରିବା ସହ ସେମାନଙ୍କ ମାମଲାରେ ସିବିଆଇ ତଦନ୍ତ କରାଯାଉ ବୋଲି ଦାବି କରୁଛନ୍ତି। ମେ ୮ ମାତୃ ଦିବସରେ ସମ୍ପୃକ୍ତ ପରିବାରର ମା’ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିବିଆଇ ତଦନ୍ତ କିମ୍ବା ଇଚ୍ଛାମୃତ୍ୟୁ ପାଇଁ ନିବେଦନ କରିଥିଲେ। ତେବେ ନ୍ୟାୟ ପାଇଁ ଲଢ଼େଇ କରୁଥିବା ଏହି ମା’ମାନେ ଗଣମାଧ୍ୟମରେ ଲୋକପ୍ରିୟତା ପାଇବା ପାଇଁ ଏହା କରୁଛନ୍ତି ବୋଲି ମନ୍ତ୍ରୀ ସୁଶାନ୍ତ ସିଂ ଗଣମାଧ୍ୟମରେ ବିବାଦୀୟ ବୟାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?