Posted inଜାତୀୟ

ଛାତ୍ରୀଙ୍କୁ ଘେରିଗଲେ ସାଫ୍ରନ ସ୍କାର୍ଫ ଗ୍ରୁପ୍‌

ମାଣ୍ଡ୍ୟା(କର୍ନାଟକ),୮।୨: କର୍ନାଟକର ବିଭିନ୍ନ କଲେଜ କ୍ୟାମ୍ପସରେ ମଙ୍ଗଳବାର ମୁହଁାମୁହିଁ ହୋଇଛନ୍ତି ହିଜାବ ଏବଂ ସାଫ୍ରନ ସ୍କାର୍ଫ ପିନ୍ଧିଥିବା ଛାତ୍ରୀଛାତ୍ର ଗ୍ରୁପ୍‌। ମାଣ୍ଡ୍ୟାର ଏକ କଲେଜରେ ସାଫ୍ରନ ସ୍କାର୍ଫ ପିନ୍ଧିଥିବା ଛାତ୍ରଗୋଷ୍ଠି ଜଣେ ବୁର୍ଖା ପିନ୍ଧିଥିବା ଛାତ୍ରୀଙ୍କ ଆଗରେ ସ୍ଲୋଗାନ ବାଜି କରୁଥିବା ଘଟଣାର ଭିଡିଓ ଭାଇରାଲ ହୋଇଛି।

ଘଟଣାର ଭିଡିଓରେ ମୁସଲିମ ଯୁବତୀ ସ୍କୁଟି ରଖିବା ପରେ କଲେଜ ବିଲ୍ଡିଂକୁ ଯାଉଥିଲେ। ସେହି ସମୟରେ ‘ଜୟ ଶ୍ରୀରାମ’ ସ୍ଲୋଗାନ ସହ ତାଙ୍କ ଆଡ଼କୁ ମାଡ଼ି ଆସିଥିଲେ ସାଫ୍ରନ ସ୍କାର୍ଫ ପିନ୍ଧିଥିବା ଛାତ୍ରଗୋଷ୍ଠୀ।

ଛାତ୍ରମାନେ ତାଙ୍କ ପିଛା କରୁଥିବା ବେଳେ ସେ ‘ଅଲାହ ହୁ ଆକବର’ ସ୍ଲୋଗାନ ଦେଇଥିଲେ। ଭିଡିଓ କରୁଥିବା ବ୍ୟକ୍ତିଙ୍କ ପାଖରେ ଛିଡ଼ା ହୋଇ ଛାତ୍ରୀ କହିଥିଲେ, ‘ମୁଁ ଯଦି ବୁର୍ଖା ପିନ୍ଧିଛି ଅସୁବିଧା କ’ଣ ’। ତା’ପରେ କଲେଜ ଅଧିକାରୀ ଛାତ୍ରୀଙ୍କୁ ନେଇ ଯାଉଥିବା ଦେଖିବାକୁ ମିଳୁଛି।

ଉଡୁପିର ମହାତ୍ମା ଗାନ୍ଧୀ ମେମୋରିଆଲ (ଏମ୍‌ଜିଏମ୍‌) କଲେଜରେ ହିଜାବ ଓ ସାଫ୍ରନ ସ୍କାର୍ଫ ପିନ୍ଧିଥିବା ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପୋଲିସ ପ୍ରୟାସ ଚଲାଇଛି। ଉଲ୍ଲେଖଯୋଗ୍ୟ, ହାଇକୋର୍ଟ ଉଡୁପି ଜିଲାର ଏକ ସରକାରୀ କଲେଜର ୫ ମହିଳାଙ୍କ ଦ୍ୱାରା କରାଯାଇଥିବା ଆବେଦନର ଶୁଣାଣିକୁ ବୁଧବାର ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri