ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ କ୍ରସର ମାଲିକ

ଖୋର୍ଦ୍ଧା ଅଫିସ,୨୦ା୭: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବେଆଇନ ଭାବେ ଚାଲିଥିବା କ୍ରସର ଶିଳ୍ପସଂସ୍ଥା ଉପରେ ଚଢ଼ାଉ ଜାରି ରହିଛି। ୯ ଦିନରେ ୯୦ଟି କ୍ରସର ୟୁନିଟ୍‌କୁ ସିଲ କରାଯିବା ସହ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଛି। ଶିଳ୍ପସଂସ୍ଥା ବନ୍ଦ ଯୋଗୁ ୫୦ ହଜାରରୁ ଊଦ୍ଧର୍‌ବ ଶ୍ରମିକ କାମ ହରାଇଛନ୍ତି। ଏହାର ପ୍ରତିବାଦରେ ତାପଙ୍ଗସ୍ଥିତ ଆଞ୍ଚଳିକ କ୍ରସର ଆସୋସିଏଶନ ପକ୍ଷରୁ ଶତାଧିକ କ୍ରସର ମାଲିକ, ଶ୍ରମିକ ପରିବାର ନୂଆ ବସଷ୍ଟାଣ୍ଡଠାରୁ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କ୍ରସର ସଂସ୍ଥା ଚାଲୁ ରଖିବା ଲାଗି ସିଟିଂ କ୍ରାଇଟେରିଆ ଅନୁମତି ପ୍ରଦାନ ଲାଗି ଜିଲାପାଳଙ୍କୁ ଦାବିପତ୍ର ଦେଇଛନ୍ତି।

ଦାବିପତ୍ର ରେ ଦର୍ଶାଯାଇଛି ଯେ, ୨୦୧୯ରେ ତତ୍କାଳୀନ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏ ସଂକ୍ରାନ୍ତରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସ୍ଥାନୀୟ ବିଧାୟକ, ଜିଲା ପ୍ରଶାସନିକ ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନର ଡେପୁଟି ଆଡମିନିଷ୍ଟ୍ରେଶନ ଏବଂ କ୍ରସର ମାଲିକ ଉପସ୍ଥିତ ଥିଲେ। ପୂର୍ବରୁ କ୍ରସର ଚଲାଇବା ଲାଗି ରାଜ୍ୟ ପ୍ରଦୂଷଣ ବୋର୍ଡ ଅନୁମତି ରହିଛି। ସିଟିଂ କ୍ରାଇଟେରିଆ ଲାଗି ପ୍ରଶାସନ ନିକଟରେ ଆବେଦନ କରାଯାଇଛି। ବାତ୍ୟା ଏବଂ କୋଭିଡ ଯୋଗୁ ଏହା ଉପରେ କୌଣସି ପଦକ୍ଷେପ ନିଆଗଲା ନାହି। ଏବେ ସିଟିଂ କ୍ରାଇଟେରିଆ ଏବଂ ଅନ୍ୟାୟ ଡକ୍ୟୁମେଣ୍ଟ ନ ଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଚଢ଼ାଉ ସହ ସିଲ୍‌ କରାଯାଉଛି।
ସଂଘ କାର୍ଯ୍ୟକାରୀ ସଭାପତି ପ୍ରକାଶ ସାମନ୍ତରାୟ କୁହନ୍ତି, ଆସନ୍ତା ସପ୍ତାହ ମଧ୍ୟରେ ଏହାର ସମାଧାନ କରା ନ ଗଲେ ଜୁଲାଇ ୨୬ରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଶାନ୍ତିପୂର୍ଣ୍ଣ ଭାବେ ଧାରଣା ଦିଆଯିବ। ବିଦ୍ୟୁତ ବିଚ୍ଛିନ୍ନ ଯୋଗୁ ଅସାମାଜିକ ଯୁବକଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଅସାମାଜିକ କାର୍ଯ୍ୟକଳାପ ବଢୁଛି। ଏପରିକି ବିଜୁଳି କଟିବାରୁ ଶିଳ୍ପ ସଂସ୍ଥାରେ ରହୁଥିବା ପରିବାର ପାନୀୟଜଳ ଯୋଗାଣରୁ ବଞ୍ଚିତ ହେଉଛନ୍ତି। ସିଙ୍ଗଲ ଫେଜ୍‌ ବିଦ୍ୟୁତ ସଂଯୋଗ ଦେବା ଲାଗି ଅନୁରୋଧ କରିଛନ୍ତି। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ କୁହନ୍ତି, କେବଳ ବେଆଇନ ଭାବେ ଚାଲିଥିବା କ୍ରସର ସଂସ୍ଥାକୁ ବନ୍ଦ କରାଯାଇଛି। ବିନା ପଞ୍ଜୀକରଣରେ କୌଣସି କ୍ରସର ସଂସ୍ଥାକୁ ସୁଯୋଗ ଦିଆଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…

ଭୁବନେଶ୍ୱର, ୨୯।୮(ସୁନିତ୍‌ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri