ନିଶା କାରବାର ବନ୍ଦ ଦାବିରେ ଥାନା ଘେରାଉ

ନାକଟିଦେଉଳ,୧୫ା୧୨(ଡି.ଏନ୍‌.ଏ.): ନାକଟିଦେଉଳ ବ୍ଲକ ଅଧୀନ କିସିଣ୍ଡା ଥାନା ଅଞ୍ଚଳରେ ବେଆଇନ ନିଶା କାରବାର ବନ୍ଦ ସହିତ ବେଆଇନ ହମ୍ପ୍ସ ନିର୍ମାଣ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଗୁରୁବାର ଅଞ୍ଚଳର ଶତାଧିକ ବୁଦ୍ଧିଜୀବୀ ଓ ସ୍ଥାନୀୟ ଲୋକେ ଥାନା ଘେରାଉ କରିଥିଲେ।

ମିଳିଥିବା ସୂଚନା ମୁତାବକ, ଗତ ୧୩ତାରିଖରେ ଧମା ଥାନା ଯୁଗିପାଲି ଗ୍ରାମର ମୋହନ ପୋଢ ନାମକ ଯୁବକ ଶ୍ୱଶୁର ଘର ଯୁଯୁମୁରା ଥାନା ଟାମ୍ପରସିଙ୍ଗା ଆସିଥିଲେ। ସେ କୌଣସି କାମରେ ସେ କିସିଣ୍ଡାକୁ ବାଇକରେ ଆସୁଥିବା ବେଳେ ହୀରାଲୋଇ ଘାଟିରେ ଥିବା ଏକ ହମ୍ପ୍ସରେ ପିଟି ହୋଇ ମୃତ୍ୟୁବରଣ କରିଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ସହ ଲୋକେ ରାସ୍ତାରୋକୋ କରିଥିଲେ। କିସିଣ୍ଡା ପୋଲିସ ପହଞ୍ଚି ଲୋକଙ୍କ ଦାବି ମୁତାବକ ୨୪ଘଣ୍ଟା ମଧ୍ୟରେ ବେଆଇନ ହମ୍ପ୍ସ ନିର୍ମାଣ କରିଥିବା ବ୍ୟକ୍ତିଙ୍କୁ ଗିରଫ କରାଯିବା ସହ ବେଆଇନ ନିଶା କାରବାର ବନ୍ଦ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଦାବି ପୂରଣ ହୋଇ ନ ଥିବାରୁ ଗୁରୁବାର କିସିଣ୍ଡା, ଗିରିଶ୍ଚନ୍ଦ୍ରପୁର, ପାଣିମୁରା, ବଳମ ଏବଂ ଯୁଯୁମୁରା ବ୍ଲକ ମେଘପାଳ ଓ ଟାମ୍ପରସିଙ୍ଗା ପଞ୍ଚାୟତର ମହିଳାପୁରୁଷ ଶୋଭାଯାତ୍ରାରେ ଯାଇ ଥାନା ଘେରାଉ କରିଥିଲେ। ଖବର ପାଇ ରେଢ଼ାଖୋଲ ଏସ୍‌ଡ଼ିପିଓ ପ୍ରଶାନ୍ତ କୁମାର ମେହେର ଓ ନାକଟିଦେଉଳ ତହସିଲଦାର ସୁକାନ୍ତ କୁମାର ନାଏକ ଘଟଣାସ୍ଥଳରେ ପହଞ୍ଚି ଅନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ହୀରାଲୋଇ ଘାଟିଠାରେ ବେଆଇନ ହମ୍ପ୍ସ ନିର୍ମାଣକାରୀଙ୍କୁ ତୁରନ୍ତ ସେହି ଜାଗାରୁ ଉଚ୍ଛେଦ କରାଯିବା ସହ ଲୋକଙ୍କ ସହଯୋଗରେ ବେଆଇନ ନିଶା କାରବାର ବନ୍ଦ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। କିସିଣ୍ଡା ସରପଞ୍ଚ ରୀନା ନାଏକ, ସମିତିସଭ୍ୟା ଯାଜ୍ଞସେନୀ କୁଅଁର, ବଳମ ସରପଞ୍ଚ ଅନୁପମା ଗଡ଼ନାୟକ, ସରାପାଲି ସରପଞ୍ଚ ଶିବନୀ ବାରିକ, ସରପଞ୍ଚ ଶୁଭେନ୍ଦ୍ର ପ୍ରଧାନ ପ୍ରମୁଖ ଘେରାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri