ଭାଜପା ପକ୍ଷରୁ ଏସ୍‌ପି ଅଫିସ ଘେରାଉ

ଦେବଗଡ଼,୪ା୩(ଡି.ଏନ୍‌.ଏ.): ଭୁବନେଶ୍ୱରରେ ବିକ୍ଷୋଭ ବେଳେ ପୋଲିସ ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ମାଡ଼ ମାରିବା ଘଟଣା ନେଇ ଦେବଗଡ଼ ଭାଜପା ପକ୍ଷରୁ ଏସ୍‌ପି ଅଫିସ ସମ୍ମୁଖରେ ଘେରାଉ କରାଯାଇଛି। ନବ ଦାସ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି, ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ନେଇ ଭୁବନେଶ୍ୱର ଲୋୟର ପିଏମ୍‌ଜିଠାରେ ରାଜ୍ୟ ଯୁବ ମୋର୍ଚ୍ଚା ଶାନ୍ତିପୂର୍ଣ୍ଣ ବିକ୍ଷୋଭ କରିଥିଲା। ମାତ୍ର ପୋଲିସ ଶାସକ ଦଳର ଗୁଣ୍ଡା ଭଳି ଭାଜପା ଯୁବମୋର୍ଚ୍ଚାର କର୍ମକର୍ତ୍ତାଙ୍କୁ ଆକ୍ରମଣ କରିଥିଲା। ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହଙ୍କ ନେତୃତ୍ୱରେ ବହୁ ଦଳୀୟ କର୍ମୀ ସ୍ଥାନୀୟ ଭାଜପା କାର୍ଯ୍ୟାଳୟରୁ ଏକ ରାଲି ବାହାରି ଏସ୍‌ପି ଅଫିସ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri