ଲାଗୁନି ପର୍ଯ୍ୟବେକ୍ଷଣ କ୍ୟାମେରା

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ରାଜ୍ୟରେ ୧୪୫ ଅତ୍ୟଧିକ ପ୍ରଦୂଷଣ ସୃଷ୍ଟିକାରୀ ଶିଳ୍ପସଂସ୍ଥା ଚିହ୍ନଟ କରାଯାଇଛି। ପ୍ରଦୂଷଣର ମାତ୍ରା ଜାଣିବା ଏବଂ ଏହାର ନିରାକରଣ କରିବା ଲାଗି ସମ୍ପୃକ୍ତ ଶିଳ୍ପାନୁଷ୍ଠାନକୁ ନିର୍ଦ୍ଦିଷ୍ଟ ସ୍ଥାନରେ ଉଚ୍ଚ କ୍ଷମତାସମ୍ପନ୍ନ ପ୍ରଦୂଷଣ ପର୍ଯ୍ୟବେକ୍ଷଣ କ୍ୟାମେରା ଲଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଅଦ୍ୟାବଧି ମାତ୍ର ୨୪ ଶିଳ୍ପାନୁଷ୍ଠାନରେ କ୍ୟାମେରା ଲାଗିପାରିଛି। ସେଗୁଡ଼ିକୁ ୱେବ୍‌ ପୋର୍ଟାଲ ମାଧ୍ୟମରେ କେନ୍ଦ୍ରୀୟ ନିୟନ୍ତ୍ରଣ କକ୍ଷ ସହ ସଂଯୋଜିତ କରାଯାଇଛି। ୬୧ ଶିଳ୍ପ ପ୍ରତିଷ୍ଠାନରେ କ୍ୟାମେରା ଖଞ୍ଜାଯିବା କାର୍ଯ୍ୟ ଚାଲୁରହିଛି। ଅବଶିଷ୍ଟ ସଂସ୍ଥାଗୁଡିକ ନିର୍ଦ୍ଧାରିତ ସମୟରେ କ୍ୟାମେରା ଲଗାଇବା ସହ କେନ୍ଦ୍ରୀୟ ନିୟନ୍ତ୍ରଣ କକ୍ଷ ସହ ସଂଯୋଗୀକରଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିଚାଳନା ପରିଷଦ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟ ଶାସନ ସଚିବ ପ୍ରଦୂଷଣ ନିୟନ୍ତ୍ରଣ ଉପରେ ଗୁରୁତ୍ୱାରୋପ କରିବା ସହିତ ସହରାଞ୍ଚଳ ଜଙ୍ଗଲର ଗୁରୁତ୍ୱ ବିଷୟରେ ଜନସାଧାରଣଙ୍କୁ ସଚେତନ କରାଇବା ଦିଗରେ ତ୍ୱରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏକାମ୍ର କ୍ଷେତ୍ର ଭୁବନେଶ୍ୱରରେ ପ୍ରଦୂଷଣ ବଢୁଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ସ୍ବଚ୍ଛ-ବାୟୁ ଯୋଜନା କାର୍ଯ୍ୟକାରୀ ହେବ। ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳରେ ପରିବେଶ ପରିମାପକ ଜିଓ ଡାଟାବେସ୍‌ ପ୍ରସ୍ତୁତ କରାଯିବ। ଏକାମ୍ର କ୍ଷେତ୍ରରେ ସ୍ବଚ୍ଛ-ବାୟୁ ଯୋଜନାରେ ସର୍ବନିମ୍ନ ନିର୍ଗମନ ଜୋନ୍‌ (ଲେସ୍‌ ଏମିସନ୍‌ ଜୋନ୍‌) ପଦ୍ଧତି ପ୍ରୟୋଗ ହେବ। ଭୁବନେଶ୍ୱର ମହାନଗର ନିଗମ, ପ୍ରଦୂଷଣ ବୋର୍ଡ, ପୂର୍ତ୍ତ ବିଭାଗ, ପର୍ଯ୍ୟଟନ ବିଭାଗ ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ ଏଥିରେ ସାମିଲ କରି ଯୋଜନାକୁ ଫଳପ୍ରସୂ କରିବା ଲାଗି ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସୁସ୍ଥ ନିରାମୟ ଜୀବନ ପାଇଁ ସହରାଞ୍ଚଳ ଜଙ୍ଗଲର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଭରତପୁର ଅଭୟାରଣ୍ୟ, ଏକାମ୍ରକାନନ, ଜୟଦେବ ବାଟିକା ଏବଂ ଚନ୍ଦକା ଜଙ୍ଗଲ ଭୁବନେଶ୍ୱର ସହରବାସୀଙ୍କ ପାଇଁ ବରଦାନ ସଦୃଶ। ସହର ସନ୍ନିକଟ ଜଙ୍ଗଲର ଗୁରୁତ୍ୱ ବିଷୟରେ ଲୋକଙ୍କୁ ସଚେତନ କରିବାକୁ ପଡ଼ିବ। ହୀରାକୁଦ ଜଳଭଣ୍ଡାର ନିକଟରେ ଥିବା ଆଲୁମିନିୟମ୍‌ ପ୍ଲାଣ୍ଟରୁ ନିର୍ଗତ ଫ୍ଲୋରାଇଡ ଯେପରି ଜଳଭଣ୍ଡାର ମଧ୍ୟକୁ ନ ଯାଏ ତାହା ଉପରେ ସତର୍କ ଦୃଷ୍ଟି ରଖିବା ଜରୁରୀ। ଫ୍ଲୋରାଇଡ୍‌ ବିଘଟନ ପ୍ରକ୍ରିୟାରେ ଯେପରି ଭୂତଳ ଜଳ ପ୍ରଦୂଷିତ ନ ହୁଏ ସେଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ଶିଳ୍ପ ସଂସ୍ଥା ଏବଂ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବାୟୁର ଗୁଣାତ୍ମକମାନ ବିକାଶ, ଶିଳ୍ପାନୁଷ୍ଠାନ ପ୍ରଦୂଷଣର ଉପଯୁକ୍ତ ନିରାକରଣ ବିଷୟରେ ବୈଠକରେ ଆଲୋଚନା ହୋଇଥିଲା।

ବୋର୍ଡର ସଦସ୍ୟ ସଚିବ କେ. ମୁରୁଗେସାନ୍‌ କହିଛନ୍ତି, ତାଳଚେର ସହର ପାଇଁ ପ୍ରାକୃତିକ ପରିବେଶ ମାପକ ଜିଓ-ଡାଟାବେସ୍‌ ପ୍ରସ୍ତୁତ ହୋଇଛି। ଏହି ବ୍ୟବସ୍ଥା ଖୁବ୍‌ଶୀଘ୍ର ରାଉରକେଲା, କେନ୍ଦୁଝର, ବାଲେଶ୍ୱର, କଳିଙ୍ଗନଗର ଏବଂ ଅନୁଗୋଳ ଜିଲାର ଶିଳ୍ପାଞ୍ଚଳରେ ପ୍ରୟୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତ୍ୱରିତ ନିଷ୍ପତ୍ତି ଏବଂ କାର୍ଯ୍ୟାନ୍ବୟନ
ନିମନ୍ତେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ କାର୍ଯ୍ୟାଳୟଗୁଡ଼ିକୁ ଅଧିକ କ୍ଷମତା ବିକେନ୍ଦ୍ରୀକରଣ ପ୍ରସ୍ତାବ ବୈଠକରେ ଅନୁମୋଦିତ ହୋଇଛି। ପରିବେଶ ନିର୍ଦ୍ଦେଶକ ସୁଶାନ୍ତ ନନ୍ଦ, ବଏଲର ଏବଂ ଫ୍ୟାକ୍ଟ୍ରିଜ୍‌ ନିର୍ଦ୍ଦେଶକ ଏନ୍‌. ଥିରୁମାଲା ନାୟକ, ବିଶେଷଜ୍ଞ ସଦସ୍ୟ ଅଜିତ ପଟ୍ଟନାୟକ, ପ୍ରଫେସର ଅତନୁ ପତି, ଜି.କେ. ରାୟଙ୍କ ସହ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri