Posted inଖେଳ

ସୂର୍ଯ୍ୟକୁମାରଙ୍କ ଅର୍ଦ୍ଧଶତକ

ଫ୍ଲୋରିଡା,୧୪ା୮: ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଅନୁଷ୍ଠିତ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ନିର୍ଣ୍ଣାୟକ ମ୍ୟାଚରେ ଭାରତ ୧୬୫ ରନ୍‌ କରିଛି। ସୂର୍ଯ୍ୟକୁମାର ଯାଦବ ସର୍ବାଧିକ ୬୧ ରନ୍‌ କରିଥିବା ବେଳେ ଦଳ ୨୦ ଓଭରରେ ୯ ଉଇକେଟ ହରାଇ ୧୬୫ ରନ୍‌ ସଂଗ୍ରହ କରିଛି। ଓ୍ବେଷ୍ଟଇଣ୍ଡିଜ୍‌ ପକ୍ଷରୁ ରୋମାରିଓ ଶେଫର୍ଡ ୪ ଉଇକେଟ ନେଇ ବିପର୍ଯ୍ୟୟ ଘଟାଇଥିଲେ। ରବିବାରର ମ୍ୟାଚ୍‌ ପାଇଁ ଭାରତ ଅପରିବର୍ତ୍ତିତ ଦଳ ସହିତ ଓହ୍ଲାଇଥିବା ବେଳେ ଓ୍ବେଷ୍ଟଇଣ୍ଡିଜ୍‌ ଦୁଇଟି ପରିବର୍ତ୍ତନ କରିଥିଲା।
ଟସ୍‌ ଜିତି ଭାରତୀୟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ମାତ୍ର ୩ ଓଭର ମଧ୍ୟରେ ଉଭୟ ଓପନର ବିଦା ହେବା ସହିତ ଭାରତ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଚତୁର୍ଥ ଟି୨୦ରେ ଅର୍ଦ୍ଧଶତକ ହାସଲ କରିଥିବା ଦୁଇ ଓପନର ଯଶସ୍ବୀ ଜୟସ୍ବାଲ(୫) ଶୁବମାନ ଗିଲ୍‌ ୯ ରନ୍‌ କରି ଆଉଟ ହୋଇଥିଲେ। ଉଭୟ ଖେଳାଳିଙ୍କୁ ପ୍ୟାଭିଲିୟନ ପଠାଇଥିଲେ ବାମହାତୀ ସ୍ପିନର ଅକିଲ୍‌ ହୋସେନ୍‌। ୧୭ ରନ୍‌ରେ ଦୁଇ ଉଇକେଟର ପତନ ଘଟିବା ପରେ ସୂର୍ଯ୍ୟକୁମାର ଯାଦବ(୬୧) ଓ ତିଳକ ବର୍ମା(୨୭) ଇନିଂସ ସମ୍ଭାଳିଥିଲେ। ଉଭୟ ତୃତୀୟ ଉଇକେଟରେ ୪୯ ରନ୍‌ ଯୋଡି ଦଳକୁ ଦୃଢ ସ୍ଥିତିରେ ପହଞ୍ଚାଇ ଥିଲେ। ସିରିଜରେ କ୍ରମାଗତ ଭଲ ପ୍ରଦର୍ଶନ କରି ଆସିଥିବା ତିଳକ ଆଉ ଏକ ପ୍ରଭାବୀ ଇନିଂସ ଖେଳିଥିଲେ। ଭାରତକୁ ସଙ୍କଟରୁ ଉଦ୍ଧାର କରିବା ସହିତ ସେ ୧୮ ବଲ୍‌ ଖେଳି ୨୭ ରନ୍‌ କରିଥିଲେ। ଏହି ଇନିଂସରେ ୩ ଚୌକା ଓ ୨ ଛକା ସାମିଲ ଥିଲା। ରଷ୍ଟନ ଚେଜ୍‌ଙ୍କ ବଲକୁ ସିଙ୍ଗଲ ପାଇଁ ଖେଳୁଥିବା ବେଳେ ଲିଡିଂ ଏଜ୍‌ରେ ସେ ଆଉଟ ହୋଇଥିଲେ। ପରେ ସଞ୍ଜୁ ସାମସନ୍‌ ଦୁଇଟି ଚୌକା ସହିତ ୧୩ ରନ୍‌ କରି ଭଲ ଆରମ୍ଭ ପାଇଥିଲେ ହେଁ ଏହାକୁ ବଡ ସ୍କୋରରେ ପରିଣତ କରି ପାରି ନ ଥିଲେ। ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ୧୮ ବଲ୍‌ ଖେଳି ୧୪ ରନ୍‌ର ଧୀମା ଇନିଂସ ଖେଳିଥିଲେ। ସୂର୍ଯ୍ୟକୁମାର ଯାଦବ ଗୋଟିଏ ପଟରୁ ଆକ୍ରମଣାତ୍ମକ ବ୍ୟାଟିଂ ଜାର ରଖି ୪୫ ବଲ୍‌ରୁ ୬୧ ରନ୍‌ ସ୍କୋର କରିଥିଲେ। ଶେଷ ଆଡକୁ ଅକ୍ଷର ପଟେଲ ୧୩ ରନ୍‌ କରିବାରୁ ଭାରତ ୧୬୫ ରନ୍‌ରେ ପହଞ୍ଚିଥିଲା। ଓ୍ବେଷ୍ଟଇଣ୍ଡିଜ୍‌ ପକ୍ଷରୁ ରୋମାରିଓ ଶେଫର୍ଡ ୪ ଉଇକେଟ ନେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅକିଲ ହୋସେନ୍‌ ଓ ଜାସନ୍‌ ହୋଲ୍ଡର ପ୍ରତ୍ୟେକ ୨ଟି ଓ ଆଲଜାରି ଯୋଶେଫ୍‌ ଗୋଟିଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ଭାରତ ୨୦ ଓଭରରେ ୧୬୫/୯ (ସୂର୍ଯ୍ୟକୁମାର ଯାଦବ-୬୧, ତିଳକ ବର୍ମା-୨୭, ହାର୍ଦ୍ଦିକ ପାଣ୍ଡ୍ୟ-୧୪, ରୋମାରିଓ ଶେଫର୍ଡ-୪/୩୧, ଅକିଲ ହୋସେନ-୨/୨୪, ରଷ୍ଟନ ଚେଜ୍‌-୧/୨୫)।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?